Masthead

ବିଜେପି ନେତାଙ୍କୁ ହତ୍ୟା

ମାହାଙ୍ଗା(ବଡ଼ ଖବର ବ୍ୟୁରୋ): ବିଜେପି ନେତା କୁଳମଣି ବରାଳ ଓ ସହଯୋଗୀଙ୍କୁ ନିର୍ମମ ହତ୍ୟା । ସାଇଣ୍ଟିଫିକ୍ ଟିମ୍ ଘଟଣାର ତନାଘନା ଜାରି ରଖିଛି । ବିଜେପି ନେତା ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ଦୁର୍ବୃତ୍ତା ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖା ଦେବାରୁ ୩ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି । ଶନିବାର ରାତିରେ କୁଳମଣି ଓ ତାଙ୍କ ସହଯୋଗୀ ଦିବ୍ୟସିଂ ବରାଳ ବାଇକରେ ଯାଉଥିବା ସମୟରେ ୬ ଜଣ ଦୁର୍ବୃତ୍ତ ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ । କୁଳମଣି ଓ ତାଙ୍କ ସହଯୋଗୀ ତଳେ ପଡିଯିବାରୁ ଦୁର୍ବୃତ୍ତମାନେ ତାଙ୍କୁ ପଥରରେ ଛେଚି ନିର୍ମମ ଭାବେ ହତ୍ୟା କରି ଫେରାର ହୋଇଯାଇଥିଲେ ।

ତୁରନ୍ତ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ମାହାଙ୍ଗା ହସ୍ପିଟାଲରେ କୁଳମଣିଙ୍କ ମୃତ୍ୟୁ ହୋଇଥିଲା । ତାଙ୍କ ସହଯୋଗୀଙ୍କୁ ଏସସିବି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଆଜି ସକାଳୁ ଚିକିତ୍ସାଧୀନ ଅବସ୍ଥାରେ ଦିବ୍ୟସିଂଙ୍କ ମୃତ୍ୟୁ ହୋଇଛି । ତେବେ ରାଜନୈତିକ ଶତ୍ରୁତାରୁ ଏଭଳି ହତ୍ୟାକାଣ୍ଡ ଘଟିଥିବା ପୂର୍ବାନୁମାନ କରାଯାଉଛି । ଏହି ଘଟଣାକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡଙ୍ଗୀ ତୀବ୍ର ନିନ୍ଦା କରିଛନ୍ତି । ଏଥିସହ ଘଟଣାର ତୁରନ୍ତ ତଦନ୍ତ କରାଯାଇ ଦୋଷୀକୁ ଗିରଫ କରିବା ପାଇଁ ଦାବି କରିଛନ୍ତି ବିଜେପି ନେତା । ଅନ୍ୟପଟେ ରାଜନୈତିକ ହିଂସାକୁ ଖଣ୍ଡନ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା । ହତ୍ୟାକୁ ଯେତିକି ନିନ୍ଦା କଲେ ବି କମ୍ । ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଆବଶ୍ୟକ । ତେବେ ଦୋଷୀ କିପରି ଗିରଫ ହେବେ ମୁଁ ନିଜେ ଚେଷ୍ଟା କରିବି ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ