Masthead

ବିଜେପି ନେତାଙ୍କୁ ଗୁଳିମାଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁରରେ ଗୁଳିମାଡ । ବିଜେପି ନେତା ତଥା ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡାଙ୍କୁ ଗୁଳିମାଡ । ବ୍ରହ୍ମପୁର ସ୍ଥିତ ବ୍ରହ୍ମାନଗରରେ ଗୁଳିମାଡ କରାଯାଇଛି । ଗୁଳିମାଡରେ ବିଜେପି ନେତା ପୀତବାସ ପଣ୍ଡାଙ୍କ ମୃତ୍ୟୁ ଘଟିଛି । ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।ସୂଚନାମୁତାବକ ବରିଷ୍ଠ ଆଇନ୍‌ଜୀବୀ ପୀତବାସ ପଣ୍ଡାଙ୍କୁ ତାଙ୍କ ଘର ବାହାରେ ୨ ଦୁର୍ବୃତ୍ତ ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି।

ଏକ ବାଇକରେ ଆସି ୨ ଦୁର୍ବୃତ୍ତ ଫେରାର ହୋଇଯାଉଥିବା ସ୍ଥାନୀୟ ଲୋକେ ଦେଖିଥିବା ସୂଚନା ଦେଇଛନ୍ତି। ଅନ୍ୟପଟେ ଘଟଣାସ୍ଥଳରୁ କିଛି ଯୁବକ ତାଙ୍କୁ ତୁରନ୍ତ ବଡ ମେଡିକାଲକୁ ନେଇ ଯାଇଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଖବର ପାଇ ଗଞ୍ଜାମ ଏସପି ଶୁଭେନ୍ଦୁ ପତ୍ର, ଦକ୍ଷିଣାଞ୍ଚଳ ଆଇଜି ନୀତିଶେଖର ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଏଯାଏଁ ପୋଲିସ ଦୃର୍ବୁତ୍ତ ଙ୍କ ଟେର ପାଇ ପାରି ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା