Masthead

ଅସନ୍ତୋଷ ବ୍ୟକ୍ତକଲେ ବିଜେପି ନେତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ ଜନତା ପାର୍ଟି ନେତ୍ରୀ ପଙ୍କଜା ମୁଣ୍ଡେ ଦଳ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଦିଲ୍ଲୀରେ ରାଷ୍ଟ୍ରୀୟ ସମାଜ ପାର୍ଟି ପକ୍ଷରୁ ଅହିଲ୍ୟା ଦେବୀ ହୋଲକରଙ୍କ ଜୟନ୍ତୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପଙ୍କଜା ବୟାନ ଦେଇଥିଲେ । ତାଙ୍କ ବୟାନକୁ ନେଇ ଚର୍ଚ୍ଚା ଜୋର ଧରିଛି । ସେହି କାର୍ଯ୍ୟକ୍ରମରେ ପଙ୍କଜା କହିଛନ୍ତି ମୁଁ ଭାଜପାରେ ଅଛି, କିନ୍ତୁ ଭାଜପା ମୋର ହୋଇପାରିବ ନାହିଁ । ସେ ଆହୁରୀ ମଧ୍ୟ କହିଛନ୍ତିି ଯଦି ତାଙ୍କ ପିତାଙ୍କ ସହିତ ମତାନ୍ତର ହୁଏ ତେବେ ସେ ତାଙ୍କ ଭାଇଙ୍କ ପାଖକୁ ଯାଇପାରନ୍ତି । ରାଷ୍ଟ୍ରୀୟ ସମାଜ ପାର୍ଟି ତାଙ୍କ ମାତୃ ଘର । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ମଧ୍ୟ ଉପସ୍ଥିତ ଥିଲେ । ଏହି ମାମଲାରେ ମହାରାଷ୍ଟ୍ର ବିଜେପି ସଭାପତି ଚନ୍ଦ୍ରଶେଖର ବାୱାନକୁଲେ କହିଛନ୍ତି , ପଙ୍କଜା ମୁଣ୍ଡେ ଦଳ ଉପରେ ଅସନ୍ତୋଷ ନାହାନ୍ତି, ମୁଁ ତାଙ୍କର ସମ୍ପୁର୍ଣ୍ଣ ଭାଷଣ ଦେଖିଛି ଓ ଶୁଣିଛି । ତାଙ୍କ ବିବୃତ୍ତିକୁ ଭୁଲ ଭାବରେ ଉପସ୍ଥାପିତ କରାଯାଇଛି । ରାଜ୍ୟରେ ଦଳକୁ ମଜବୁତ କରିବା ପାଇଁ ପଙ୍କଜା କାମ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ