Masthead

ଅସନ୍ତୋଷ ବ୍ୟକ୍ତକଲେ ବିଜେପି ନେତ୍ରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ ଜନତା ପାର୍ଟି ନେତ୍ରୀ ପଙ୍କଜା ମୁଣ୍ଡେ ଦଳ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ଦିଲ୍ଲୀରେ ରାଷ୍ଟ୍ରୀୟ ସମାଜ ପାର୍ଟି ପକ୍ଷରୁ ଅହିଲ୍ୟା ଦେବୀ ହୋଲକରଙ୍କ ଜୟନ୍ତୀ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପଙ୍କଜା ବୟାନ ଦେଇଥିଲେ । ତାଙ୍କ ବୟାନକୁ ନେଇ ଚର୍ଚ୍ଚା ଜୋର ଧରିଛି । ସେହି କାର୍ଯ୍ୟକ୍ରମରେ ପଙ୍କଜା କହିଛନ୍ତି ମୁଁ ଭାଜପାରେ ଅଛି, କିନ୍ତୁ ଭାଜପା ମୋର ହୋଇପାରିବ ନାହିଁ । ସେ ଆହୁରୀ ମଧ୍ୟ କହିଛନ୍ତିି ଯଦି ତାଙ୍କ ପିତାଙ୍କ ସହିତ ମତାନ୍ତର ହୁଏ ତେବେ ସେ ତାଙ୍କ ଭାଇଙ୍କ ପାଖକୁ ଯାଇପାରନ୍ତି । ରାଷ୍ଟ୍ରୀୟ ସମାଜ ପାର୍ଟି ତାଙ୍କ ମାତୃ ଘର । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ମଧ୍ୟ ଉପସ୍ଥିତ ଥିଲେ । ଏହି ମାମଲାରେ ମହାରାଷ୍ଟ୍ର ବିଜେପି ସଭାପତି ଚନ୍ଦ୍ରଶେଖର ବାୱାନକୁଲେ କହିଛନ୍ତି , ପଙ୍କଜା ମୁଣ୍ଡେ ଦଳ ଉପରେ ଅସନ୍ତୋଷ ନାହାନ୍ତି, ମୁଁ ତାଙ୍କର ସମ୍ପୁର୍ଣ୍ଣ ଭାଷଣ ଦେଖିଛି ଓ ଶୁଣିଛି । ତାଙ୍କ ବିବୃତ୍ତିକୁ ଭୁଲ ଭାବରେ ଉପସ୍ଥାପିତ କରାଯାଇଛି । ରାଜ୍ୟରେ ଦଳକୁ ମଜବୁତ କରିବା ପାଇଁ ପଙ୍କଜା କାମ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ