Masthead

ଲୋକସଭା ପ୍ରାର୍ଥୀ ଚୟନ ପାଇଁ ବିଜେପିର କସରତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକସଭା ପ୍ରାର୍ଥୀ ଚୟନ ପାଇଁ ବିଜେପିର କସରତ । ଆଜି ପୁଣି ଓଡ଼ିଶା ଲୋକସଭା ଆସନ ସଂପର୍କରେ ହେବ ବିସ୍ତୃତ ଆଲୋଚନା । ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଆଜି ବସିପାରେ ବିଜେପିର ସିଇସି ବୈଠକ । ଏଭଳି ସ୍ଥିତିରେ ବିଜେପିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ନାଁ ରହୁଛି କି ନାହିଁ, ତା ଉପରେ ନଜର । ଗତକାଲି ବିଳମ୍ବିତ ରାତିରେ ସରିଲା ଦଳର କୋର୍ କମିଟି ବୈଠକ । ଆଜି ପୁଣି ଓଡ଼ିଶା ସଂପର୍କରେ ହେବ ବିସ୍ତୃତ ଆଲୋଚନା ।

ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ଅନୁଷ୍ଠିତ ଏହି ବୈଠକ ରାତି ପ୍ରାୟ ୨ଟା ଯାଏଁ ଚାଲିଥିଲା । ଏଥିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ ୮ଟି ରାଜ୍ୟରୁ ଆସିଥିବା ଦଳୀୟ ନେତୃବୃନ୍ଦ ଯୋଗ ଦେଇଥିଲେ । ଓଡ଼ିଶାରୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସହ ଦଳୀୟ ପ୍ରଭାରୀ ସୁନୀଲ ବଂଶଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଂଗଠନ ସଂପାଦକ ମାନସ ମହାନ୍ତି, ସାଂସଦ ଜୁଏଲ ଓରାମ, ଦଳର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ 🔴 ୪୪ଟି ତହସିଲରେ ଜମି କିଣାବିକା 🔴 ଭେଙ୍କେଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟା, ୯ ମୃତ୍ୟୁ 🔴 ଆସୁଛି ଆଉ ଏକ ଲଘୁଚାପ 🔴 ଛାତ୍ରୀଙ୍କୁ ଅସଦାଚରଣ, ଧାରଣାରେ ଛାତ୍ରଛାତ୍ରୀ 🔴 ନଭେମ୍ବରରେ ରାଜ୍ୟରେ ହେବ କମ୍‌ ଶୀତ  🔴 ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ 🔴 ଓଡ଼ିଆଣୀ ବେଶରେ ଦର୍ଶନ ଦେଉଛନ୍ତି ରାଧାରାଣୀ 🔴 SI ପରୀକ୍ଷା କେଳେଙ୍କାରୀ, ଜେଲ୍‌ରୁ ବାହାରିଲେ ୧୧୪ ଆଶାୟୀ 🔴 ୫୧ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ 🔴 କରଞ୍ଜିଆରେ ବାଘ ଆତଙ୍କ