ଲୋକସଭା ପ୍ରାର୍ଥୀ ଚୟନ ପାଇଁ ବିଜେପିର କସରତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶା ସମେତ ୮ଟି ରାଜ୍ୟରେ ଲୋକସଭା ପ୍ରାର୍ଥୀ ଚୟନ ପାଇଁ ବିଜେପିର କସରତ । ଆଜି ପୁଣି ଓଡ଼ିଶା ଲୋକସଭା ଆସନ ସଂପର୍କରେ ହେବ ବିସ୍ତୃତ ଆଲୋଚନା । ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଆଜି ବସିପାରେ ବିଜେପିର ସିଇସି ବୈଠକ । ଏଭଳି ସ୍ଥିତିରେ ବିଜେପିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଓଡ଼ିଶାର ନାଁ ରହୁଛି କି ନାହିଁ, ତା ଉପରେ ନଜର । ଗତକାଲି ବିଳମ୍ବିତ ରାତିରେ ସରିଲା ଦଳର କୋର୍ କମିଟି ବୈଠକ । ଆଜି ପୁଣି ଓଡ଼ିଶା ସଂପର୍କରେ ହେବ ବିସ୍ତୃତ ଆଲୋଚନା ।

ଦିଲ୍ଲୀ ସ୍ଥିତ ବିଜେପି ମୁଖ୍ୟାଳୟରେ ଅନୁଷ୍ଠିତ ଏହି ବୈଠକ ରାତି ପ୍ରାୟ ୨ଟା ଯାଏଁ ଚାଲିଥିଲା । ଏଥିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ ୮ଟି ରାଜ୍ୟରୁ ଆସିଥିବା ଦଳୀୟ ନେତୃବୃନ୍ଦ ଯୋଗ ଦେଇଥିଲେ । ଓଡ଼ିଶାରୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ସହ ଦଳୀୟ ପ୍ରଭାରୀ ସୁନୀଲ ବଂଶଲ, ନିର୍ବାଚନ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ସହପ୍ରଭାରୀ ଲତା ଉସେଣ୍ଡି, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଂଗଠନ ସଂପାଦକ ମାନସ ମହାନ୍ତି, ସାଂସଦ ଜୁଏଲ ଓରାମ, ଦଳର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ବଢ଼ିଲା ରେପୋ ରେଟ୍ 🔴 ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ 🔴 ଝଡବର୍ଷା ସମ୍ଭାବନା, ଆଲର୍ଟ ଜାରି 🔴 ଅସ୍ୱାଭାବିକ ଭାବେ ବଢ଼ିଛି ପୁରୀର ଦିନ ତାପମାତ୍ରା 🔴 ଆଜି ଓଡ଼ିଶା ଆସୁଛନ୍ତି ରାଜନାଥ ସିଂ 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ