Masthead

ରାଜ୍ୟପାଳଙ୍କୁ ଭେଟିଲେ ବିଜେପି ପ୍ରତିନିଧି ଦଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରସଙ୍ଗକୁ ନେଇ ରାଜ୍ୟପାଳଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ନେତୃତ୍ୱରେ ବିଜେପି ଟିମ ରାଜ୍ୟପାଳଙ୍କୁ ଭେଟିଛନ୍ତି । ପୋଲିସ ପ୍ରଶାସନ ଉପରେ ବର୍ଷିଛନ୍ତି ଜୟ ନାରାୟଣ । ବିଜେପି କର୍ମୀଙ୍କୁ ଆନ୍ଦୋଳନ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଏବଂ ଗିରଫ କରିବା । ସେହିପରି ଏବିଭିପିର ଦୁଇ ଜଣ ଛାତ୍ର ନେତାଙ୍କୁ ମଧ୍ୟ ଗିରଫ କରିବାକୁ ନେଇ ନିନ୍ଦା କରିଛନ୍ତି ଜୟନାରାୟଣ ।

ଆଇନଶୃଙ୍ଖଳା ନିୟନ୍ତ୍ରଣ କରିବାରେ ପୋଲିସ ବିଫଳ ହୋଇଛି । ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଗଲା । ମମିତା ମେହେର ଓ ମହଙ୍ଗା ଡବଲ ମର୍ଡର ଭଳି ବିଭିନ୍ନ ଘଟଣାରେ ବିଜେଡ଼ି ନେତାଙ୍କ ସମ୍ପୃକ୍ତି ଅଭିଯୋଗ । ରାଜ୍ୟରେ ହତ୍ୟା, ଦୁଷ୍କର୍ମ, ନାରୀ ନିର୍ଯାତନା ଭୟ ଓ ଆତଙ୍କର ବାତାବରଣ ସୃଷ୍ଟି କରିଛି । ୨୦୨୨ରେ ୧୩୭୯ଟି ହତ୍ୟାକାଣ୍ଡ ଓ ୩୧୮୪ ଟି ଦୁଷ୍କର୍ମ ରାଜ୍ୟରେ ଘଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ