Masthead

EVM ଫିଙ୍ଗିବା ଅଭିଯୋଗରେ ଗିରଫ ହେଲେ ପ୍ରଶାନ୍ତ ଜଗଦ୍ଦେବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଗିରଫ ହୋଇଛନ୍ତି ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ। ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଛି ପୋଲିସ। ଗତକାଲି ବିଳମ୍ବିତ ରାତିରେ ତାଙ୍କୁ ଗିରଫ କରାଯାଇଛି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଚିଲିକା ବିଧାୟକ ତଥା ଚଳିତ ନିର୍ବାଚନରେ ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ଗିରଫ ହୋଇଛନ୍ତି।

ଗିରଫ ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିବା ସୂଚନା ମିଳିଛି। ପରେ ତାଙ୍କୁ ଜିଲ୍ଲା ମାଜିଷ୍ଟ୍ରେଟଙ୍କୁ ଆବାସିକ କାର୍ଯ୍ୟାଳୟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ପରେ ପ୍ରଶାନ୍ତଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି । ଅନ୍ୟପଟେ ପ୍ରଶାନ୍ତଙ୍କ ଗିରଫଦାରୀକୁ ନେଇ ବିଜେପି କର୍ମୀ ମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏହାକୁ ଖୋର୍ଦ୍ଧା ପୁଲିସର ଯୋଜନାବଦ୍ଧ ଷଡ଼ଯନ୍ତ୍ର ବୋଲି ବିଜେପି ନେତା ନିକୁଞ୍ଜ ପଟ୍ଟନାୟକ ଅଭିଯୋଗ ଆଣିଛନ୍ତି।

ଗତକାଲି ଅପରାହ୍ନରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଏବଂ ତାଙ୍କ ପତ୍ନୀ ଭୋଟ୍ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ। ଏହାର କିଛି ସମୟ ପରେ ଇଭିଏମକୁ ଫିଙ୍ଗାଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ବେଗୁନିଆ ଠାରୁ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୋଲିସ କ୍ୟାମ୍ପସରେ ଅଟକ ରଖିଥିଲା । ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା