Masthead

ରାଜ୍ୟ ସରକାରଙ୍କ ପ୍ରତି ଆଭିମୁଖ୍ୟ ଆଉ ନରମ ରହିବନି, ବରଂ ଯୁଦ୍ଧ ହେବ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ଫେରିଲେ ବିଜେପି ବିଧାୟକ । ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାତୀୟ ସଭାପତି ଜେପି.ନଡ୍ଡାଙ୍କୁ ଭେଟିବା ପରେ ଭୁବନେଶ୍ୱର ଫେରିଛନ୍ତି । ମୋଦି ଭୁବନେଶ୍ୱର ବିମାନବନ୍ଦରରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ଯେଉଁ ଉଦ୍ଦେଶ୍ୟ ନେଇ ଯାଇଥିଲୁ ସେ ନେଇ ଆଲୋଚନା ହୋଇଛି । ଉଭୟ ନେତାଙ୍କ ସହ କଥାବାର୍ତ୍ତା ଉତ୍ସାହିତ କରିଛି । ରାଜ୍ୟରେ ସରକାର ଗଠନ ପାଇଁ କେନ୍ଦ୍ର ବିଜେପି ରାଜ୍ୟ ଶାଖାକୁ ସବୁ ପ୍ରକାରର ସହାୟତା କରିବ ।

ରାଜ୍ୟ ସରକାରଙ୍କ ପ୍ରତି ଆଭିମୁଖ୍ୟ ଆଉ ନରମ ରହିବନି । ବରଂ ଯୁଦ୍ଧ ହେବ ।ଦଳ କୋଟିଏ ଲୋକଙ୍କ ପାଖକୁ ଯିବ । ସାଂସଦ, ବିଧାୟକ ଓ କାର୍ଯ୍ୟକର୍ତ୍ତାଙ୍କ ଜରିଆରେ ଲୋକଙ୍କ ପାଖକୁ ଯିବ ଦଳ । ରାଜ୍ୟ ସରକାରଙ୍କ ପ୍ରତି ଆଭିମୁଖ୍ୟ ନରମ ହୋଇନାହିଁ ବରଂ ଆଗକୁ ଯୁଦ୍ଧ ହେବ ବୋଲି କହିଛନ୍ତି ବିରୋଧୀ ଦଳ ନେତା । ୨୦୨୪ରେ ଓଡ଼ିଶାରେ ବିଜେପି ସରକାର ଆସିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଜୟନାରାୟଣ । ଦିଲ୍ଲୀରେ ଅନୁଷ୍ଠିତ ୨ ଦିନିଆ ବିଜେପି ରାଷ୍ଟ୍ରୀୟ ପଦାଧିକାରୀ ବୈଠକରେ ୨୪ ସାଧାରଣ ନିର୍ବାଚନ ନେଇ ଦଳ ରଣନୀତି ପ୍ରସ୍ତୁତ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି