Masthead

ଗୁଜରାଟରେ ଆଜି ବିଜେପି ବିଧାୟକ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗୁଜରାଟରେ ରାଜନୈତିକ ସରଗରମ । ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ । ଘୋଷଣା ହୋଇପାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ । ଗତକାଲି ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ଅଚାନକ ଇସ୍ତଫା ଦେଇଥିଲେ ବିଜୟ ରୂପାଣି। ବିଜୟ ରୂପାଣୀଙ୍କ ଇସ୍ତଫା ପରେ ଗୁଜରାଟରେ ରାଜନୈତିକ ସରଗରମ ବଢିଯାଇଛି । ଅଚାନକ ସେ କାହିଁକି ଇସ୍ତଫା ଦେଲେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।

ବିଧାନସଭା ନିର୍ବାଚନର ଠିକ ପୂର୍ବରୁ ବିଜେପି କାହାକୁ ମୁଖ୍ୟମନ୍ତ୍ରୀ କରିବେ ସେ ଉପରେ ଏବେ ସମସ୍ତଙ୍କ ନଜର ରହିଛି । ଆଜି ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହୋଇପାରେ ବୋଲି ଆକଳନ କରାଯାଉଛି । ବିଜେପି ବିଧାୟକ ଦଳ ବୈଠକ ଆଜି ଦିନ ୨ଟାରେ ବସିବ ।

ସେପଟେ ବିଜେପି ବିଧାୟକମାନେ ଗାନ୍ଧିନଗରରେ ପହଞ୍ଚିବା ଆରମ୍ଭ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଗୁଜରାଟରେ ପହଞ୍ଚି ଦଳୀୟ ଅଫିସକୁ ଯାଇଛନ୍ତି । ଏହାପରେ ମୁଖ୍ୟମନ୍ତ୍ରୀ ରେସରେ ତାଙ୍କ ନାଁ ଆଗରେ ଥିବା ଚର୍ଚ୍ଚା ହେଉଛି । ଗୁଜରାଟରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ