Masthead

ଗୁଜରାଟରେ ଆଜି ବିଜେପି ବିଧାୟକ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗୁଜରାଟରେ ରାଜନୈତିକ ସରଗରମ । ଆଜି ବସିବ ବିଜେପି ବିଧାୟକ ଦଳ ବୈଠକ । ଘୋଷଣା ହୋଇପାରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ । ଗତକାଲି ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ଅଚାନକ ଇସ୍ତଫା ଦେଇଥିଲେ ବିଜୟ ରୂପାଣି। ବିଜୟ ରୂପାଣୀଙ୍କ ଇସ୍ତଫା ପରେ ଗୁଜରାଟରେ ରାଜନୈତିକ ସରଗରମ ବଢିଯାଇଛି । ଅଚାନକ ସେ କାହିଁକି ଇସ୍ତଫା ଦେଲେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।

ବିଧାନସଭା ନିର୍ବାଚନର ଠିକ ପୂର୍ବରୁ ବିଜେପି କାହାକୁ ମୁଖ୍ୟମନ୍ତ୍ରୀ କରିବେ ସେ ଉପରେ ଏବେ ସମସ୍ତଙ୍କ ନଜର ରହିଛି । ଆଜି ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହୋଇପାରେ ବୋଲି ଆକଳନ କରାଯାଉଛି । ବିଜେପି ବିଧାୟକ ଦଳ ବୈଠକ ଆଜି ଦିନ ୨ଟାରେ ବସିବ ।

ସେପଟେ ବିଜେପି ବିଧାୟକମାନେ ଗାନ୍ଧିନଗରରେ ପହଞ୍ଚିବା ଆରମ୍ଭ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଗୁଜରାଟରେ ପହଞ୍ଚି ଦଳୀୟ ଅଫିସକୁ ଯାଇଛନ୍ତି । ଏହାପରେ ମୁଖ୍ୟମନ୍ତ୍ରୀ ରେସରେ ତାଙ୍କ ନାଁ ଆଗରେ ଥିବା ଚର୍ଚ୍ଚା ହେଉଛି । ଗୁଜରାଟରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ