Masthead

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଦଳୀୟ କାର୍ଯ୍ୟକ୍ରମରେ ହେବେ ସାମିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସରକାର ଆସିବା ପରେ ନଡ୍ଡାଙ୍କ ଏହା ହେଉଛି ପ୍ରଥମ ସାଂଗଠନିକ ଗସ୍ତ । ସଦସ୍ୟତା ଅଭିଯାନ ସହ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ମିଟିଂ କରିବେ ନଡ୍ଡା । ସକାଳ ସାଢ଼େ ୧୦ଟା ବେଳେ ଶ୍ରୀ ନଡ୍ଡା ଭୁବନେଶ୍ୱରରେ ଆସି ପହଞ୍ଚିବେ । ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ । ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ । ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବା ପରେ ଏଜି ଛକ ଠାରେ ଥିବା ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ପ୍ରତିମୃର୍ତ୍ତିରେ ମାଲ୍ୟାର୍ପଣ କରିବେ ।

ଏହାପରେ ସଦସ୍ୟତା ଅଭିଯାନ ନେଇ କିଛି ପ୍ରମୁଖ ବ୍ୟକ୍ତିଙ୍କ ସହ ଏକ ଆଲୋଚନାଚକ୍ରରେ ଯୋଗଦେବେ । ଏଥିରେ ସମାଜର ପ୍ରତିଷ୍ଠିତ ବୁଦ୍ଧିଜୀବୀ, ଯୁବ ବର୍ଗଙ୍କ ସମେତ କିଛି ବିଶେଷ ବର୍ଗ ସେଠାରେ ସାମିଲ ହେବେ ।ଏହାପରେ ରାଜ୍ୟ ବିଜେପି କାର୍ଯ୍ୟଳୟରେ ବିଧାୟକ, ମନ୍ତ୍ରୀ, ସାଂସଦ ଓ ରାଜ୍ୟ ପଦାଧିକାରୀଙ୍କ ସହ ଏକ ବୈଠକରେ ଯୋଗଦେବେ ନଡ୍ଡା । ଗତ ୨ ତାରିଖଠାରୁ ବିଜେପି ପକ୍ଷରୁ ଦେଶବ୍ୟାପୀ ସଦସ୍ୟତା ଅଭିଯାନ ଆରମ୍ଭ ହୋଇଛି । ଓଡ଼ିଶାରେ ଏହାକୁ ବ୍ୟାପକ କରିବା ପାଇଁ ଶ୍ରୀ ନଡ୍ଡା ଭୁବନେଶ୍ୱର ଆସୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ