Masthead

ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଦଳୀୟ କାର୍ଯ୍ୟକ୍ରମରେ ହେବେ ସାମିଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ସରକାର ଆସିବା ପରେ ନଡ୍ଡାଙ୍କ ଏହା ହେଉଛି ପ୍ରଥମ ସାଂଗଠନିକ ଗସ୍ତ । ସଦସ୍ୟତା ଅଭିଯାନ ସହ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ମିଟିଂ କରିବେ ନଡ୍ଡା । ସକାଳ ସାଢ଼େ ୧୦ଟା ବେଳେ ଶ୍ରୀ ନଡ୍ଡା ଭୁବନେଶ୍ୱରରେ ଆସି ପହଞ୍ଚିବେ । ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ । ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ । ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିବା ପରେ ଏଜି ଛକ ଠାରେ ଥିବା ଡକ୍ଟର ଭୀମରାଓ ଆମ୍ବେଦକରଙ୍କ ପ୍ରତିମୃର୍ତ୍ତିରେ ମାଲ୍ୟାର୍ପଣ କରିବେ ।

ଏହାପରେ ସଦସ୍ୟତା ଅଭିଯାନ ନେଇ କିଛି ପ୍ରମୁଖ ବ୍ୟକ୍ତିଙ୍କ ସହ ଏକ ଆଲୋଚନାଚକ୍ରରେ ଯୋଗଦେବେ । ଏଥିରେ ସମାଜର ପ୍ରତିଷ୍ଠିତ ବୁଦ୍ଧିଜୀବୀ, ଯୁବ ବର୍ଗଙ୍କ ସମେତ କିଛି ବିଶେଷ ବର୍ଗ ସେଠାରେ ସାମିଲ ହେବେ ।ଏହାପରେ ରାଜ୍ୟ ବିଜେପି କାର୍ଯ୍ୟଳୟରେ ବିଧାୟକ, ମନ୍ତ୍ରୀ, ସାଂସଦ ଓ ରାଜ୍ୟ ପଦାଧିକାରୀଙ୍କ ସହ ଏକ ବୈଠକରେ ଯୋଗଦେବେ ନଡ୍ଡା । ଗତ ୨ ତାରିଖଠାରୁ ବିଜେପି ପକ୍ଷରୁ ଦେଶବ୍ୟାପୀ ସଦସ୍ୟତା ଅଭିଯାନ ଆରମ୍ଭ ହୋଇଛି । ଓଡ଼ିଶାରେ ଏହାକୁ ବ୍ୟାପକ କରିବା ପାଇଁ ଶ୍ରୀ ନଡ୍ଡା ଭୁବନେଶ୍ୱର ଆସୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି