Masthead

‘ରାଜ୍ୟରେ କେତେ ଜାତି ଅଛନ୍ତି, ତାଲିକା ଚୂଡ଼ାନ୍ତ କରନ୍ତୁ ରାଜ୍ୟ ସରକାର’

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ଓବିସି ସର୍ଭେକୁ ନେଇ ରାଜ୍ୟ ବିଜେପି ଓବିସି ମୋର୍ଚ୍ଚା ସଭାପତି ସୁରଥ ବିଶ୍ୱାଳଙ୍କ ସାମ୍ବାଦିକ ସମ୍ମିଳନୀ । ରାଜ୍ୟ ସରକାରଙ୍କ ପଛୁଆ ବର୍ଗ ସର୍ଭେ ପ୍ରହସନ ଏବଂ ପ୍ରବଞ୍ଚନା ବୋଲି କଲେ ଅଭିଯୋଗ କରିଛନ୍ତି ସୁରଥ ବିଶ୍ୱାଳ । ୫୪ ପ୍ରତିଶତ ଲୋକଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରିଛନ୍ତି ରାଜ୍ୟ ସରକାର । ପଛୁଆ ବର୍ଗଙ୍କ ଆକ୍ରୋଶରୁ ଦୃଷ୍ଟି ହଟାଇବା ପାଇଁ ସରକାର ଏହି ସର୍ଭେ କରୁଛନ୍ତି । ଏସସିବିସି ତାଲିକାରେ ଅନେକ ଜାତିର ନା ନାହିଁ । କିନ୍ତୁ କେନ୍ଦ୍ର ଓବିସି ତାଲିକାରେ ଅଛି । କେନ୍ଦ୍ର ଓବିସି ତାଲିକାରେ ଯେଉଁ ମାନେ ରହିଲେ, ସ୍ଵାଭାବିକ ଭାବେ ସେମାନେ ରାଜ୍ୟ ଏସସିବିସି ତାଲିକାରେ ରହିବା କଥା ।

୨୨ଟି ଜାତିକୁ ଓବିସି ତାଲିକାରୁ ଆଣି ଏସସିବିସିରୁ ଯୋଡିଲୁ ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ । ଏହା ସମ୍ପୂର୍ଣ୍ଣ ମିଛ ବୋଲି ଅଭିଯୋଗ କଲା ବିଜେପି । ପ୍ରଦୀପ ଜେନା ନଜାଣି ମିଛ କହିଲେ, ନା ବିଭ୍ରାନ୍ତି କରିବାକୁ ମିଛ କହିଲେ, ନା ରାଜ୍ୟର ୫୪ ଭାଗ ଲୋକଙ୍କୁ ଭୁଆଁ ବୁଲାଇବା ପାଇଁ ଯୋଜନା ବଦ୍ଧ ଭାବେ ଷଡ଼ଯନ୍ତ୍ର କଲେ ରାଜ୍ୟ ସରକାର ସ୍ପଷ୍ଟ କରନ୍ତୁ ବୋଲି ଦାବି କଲା ବିଜେପି । କାରଣ ସେହି ଜାତି ମାନେ ଆଦୌ ଓବିସି ତାଲିକାରେ ନଥିଲା । ଏମାନେ ଆବେଦନ କରି ଓବିସି ତାଲିକାରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ