Masthead

ରାୟଗଡ ବିଜେପି ପକ୍ଷରୁ ବ୍ଲକ ଅଫିସ ଘେରାଉ

ରାୟଗଡ (ବଡ଼ ଖବର ବ୍ୟୁରୋ): ଗଜପତି ଜିଲ୍ଲା ରାୟଗଡ ବ୍ଲକ ବିଜେପି ପକ୍ଷରୁ ବ୍ଲକ ଅଫିସ ଘେରାଉ । ରାଜ୍ୟ ସରକାରଙ୍କ ମନମୁଖୀ ଶାସନ ଓ ପ୍ରଶାସନର ମାରଣା ନୀତିକୁ ବିରୋଧ କରି ବ୍ଲକ ଅଫିସ ଘେରାଉ କରାଯାଇଛି । ବିଜେପି ନେତା ବଳରାମ ଭୂୟାଁଙ୍କ ନେତୃତ୍ୱରେ ଏହି ବ୍ଲକ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟରେ ବଢୁଥିବା ଦୁର୍ନୀତି, ନାରୀ ଧର୍ଷଣ, ଆବାସ ଦୁର୍ନୀତି, ସରକାରୀ କର୍ମଚାରୀଙ୍କ ଦ୍ୱାରା ପଞ୍ଚାୟତରୁ ଆରମ୍ଭ କରି ଜିଲ୍ଲା ପର୍ଯ୍ୟନ୍ତ ସରକାରଙ୍କ ଗୋଲାମୀକରି, ଗରୀବଙ୍କୁ ଦଳୀୟ ପାତରଅନ୍ତର କରୁଥିବା ଅଭିଯୋଗ କରି ବହୁ ବିଜେପି ନେତା ବ୍ଲକ ଅଫିସ ଘେରାଉ କରିଛନ୍ତି । ବିଜେପି ନେତା ମାନେ ବ୍ଲକ ଆଗରେ ଭିଡ ବାନ୍ଧି ବ୍ଲକରେ ହେଉଥିବା ଦୂର୍ନୀତିକୁ ଡାକବାଜି ଯନ୍ତ୍ରରେ ପ୍ରକାଶ କରିଥିଲେ। ସେ ସବୁ ଦୁର୍ନୀତି ନ ହଟିଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ ହେବ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି । ଏନେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅନୁପସ୍ଥିତିରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପିତାମ୍ବର ବେହେରାଙ୍କୁ ଏକ ସ୍ମାରକ ପତ୍ର ମଧ୍ୟ ପ୍ରଦାନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା