ରାୟଗଡ ବିଜେପି ପକ୍ଷରୁ ବ୍ଲକ ଅଫିସ ଘେରାଉ

ରାୟଗଡ (ବଡ଼ ଖବର ବ୍ୟୁରୋ): ଗଜପତି ଜିଲ୍ଲା ରାୟଗଡ ବ୍ଲକ ବିଜେପି ପକ୍ଷରୁ ବ୍ଲକ ଅଫିସ ଘେରାଉ । ରାଜ୍ୟ ସରକାରଙ୍କ ମନମୁଖୀ ଶାସନ ଓ ପ୍ରଶାସନର ମାରଣା ନୀତିକୁ ବିରୋଧ କରି ବ୍ଲକ ଅଫିସ ଘେରାଉ କରାଯାଇଛି । ବିଜେପି ନେତା ବଳରାମ ଭୂୟାଁଙ୍କ ନେତୃତ୍ୱରେ ଏହି ବ୍ଲକ ଘେରାଉ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟରେ ବଢୁଥିବା ଦୁର୍ନୀତି, ନାରୀ ଧର୍ଷଣ, ଆବାସ ଦୁର୍ନୀତି, ସରକାରୀ କର୍ମଚାରୀଙ୍କ ଦ୍ୱାରା ପଞ୍ଚାୟତରୁ ଆରମ୍ଭ କରି ଜିଲ୍ଲା ପର୍ଯ୍ୟନ୍ତ ସରକାରଙ୍କ ଗୋଲାମୀକରି, ଗରୀବଙ୍କୁ ଦଳୀୟ ପାତରଅନ୍ତର କରୁଥିବା ଅଭିଯୋଗ କରି ବହୁ ବିଜେପି ନେତା ବ୍ଲକ ଅଫିସ ଘେରାଉ କରିଛନ୍ତି । ବିଜେପି ନେତା ମାନେ ବ୍ଲକ ଆଗରେ ଭିଡ ବାନ୍ଧି ବ୍ଲକରେ ହେଉଥିବା ଦୂର୍ନୀତିକୁ ଡାକବାଜି ଯନ୍ତ୍ରରେ ପ୍ରକାଶ କରିଥିଲେ। ସେ ସବୁ ଦୁର୍ନୀତି ନ ହଟିଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ ହେବ ବୋଲି ଚେତାବନୀ ମଧ୍ୟ ଦେଇଛନ୍ତି । ଏନେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅନୁପସ୍ଥିତିରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ପିତାମ୍ବର ବେହେରାଙ୍କୁ ଏକ ସ୍ମାରକ ପତ୍ର ମଧ୍ୟ ପ୍ରଦାନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’