Masthead

ଦୁର୍ନୀତି ବିରୋଧରେ ବିଜେପିର ବ୍ଲକ ଘେରାଉ

ସୋର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଆଗରେ ଭାରତୀୟ ଜନତା ପାର୍ଟିର ଘେରାଉ । ରାଜ୍ୟ ସରକାରଙ୍କ ଅପାରଗତା, ଦୁର୍ନୀତି, ଭ୍ରଷ୍ଟାଚାର ସହିତ ବ୍ଲକରେ ପିସି କାରବାରକୁ ବିରୋଧ କରି ଏହି ଘେରାଉ କରାଯାଇଛି । ତେବେ ଏହି ଘେରାଉରେ ଶହ ଶହ ଲୋକ ଏକତ୍ରିତ ହୋଇଥିଲେ । ପରେ ପ୍ରଶାସନ ବିରୋଧରେ କର୍ମୀମାନେ ରଣହୁଙ୍କାର ଦେଇଥିଲେ । ସେମାନଙ୍କ କହିବା କଥା ଓଡ଼ିଶାରେ ବର୍ଷକୁ ୧ ଲକ୍ଷ କୋଟି ଟଙ୍କାର ଦୁର୍ନୀତି ହେଉଛି, ଗ୍ରାମ ସଭା ହେଉନାହିଁ, ତୃଣମୂଳ ସ୍ଥଳର ଜନପ୍ରତିନିଧି ମାନଙ୍କ କ୍ଷମତାକୁ ହଡପ କରିନିଆଯାଇଛି । ଏଥିସହିତ ପଞ୍ଚାୟତରୁ ସଚିବାଳୟ ପର୍ୟ୍ୟନ୍ତ ସବୁଠି ଖୁଲୁମ ଖୁଲା ଦୁର୍ନୀତି ଓ ପିସି କରବାର ହେଉଛି । ଦୀର୍ଘ ୨୩ ବର୍ଷ ହେବ ବିଜେଡି ଶାସନ କରୁଥିବା ବେଳେ ଦୁର୍ନୀତିରେ ଲିପ୍ତ ରହୁଥିବା ବେଳେ ଆଇନ ଶୃଙ୍ଖଳା ସ୍ଥିତି ବିଗିଡି ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ