Masthead

ତୀବ୍ର ରୂପ ନେଉଛି ପ୍ରତିବାଦ; ଆଜି ବିଜେପି ପକ୍ଷରୁ ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ

କୋଲକାତା (ବଡ଼ ଖବର ବ୍ୟୁରୋ): ତୀବ୍ର ରୂପ ନେଉଛି କୋଲକାତା ଡାକ୍ତରୀ ଛାତ୍ରଙ୍କୁ ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦ । ଏହାର ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ପଶ୍ଚିମବଙ୍ଗ ବନ୍ଦ ପାଳନ କରୁଛି ବିଜେପି । ଅଭୟା କାଣ୍ଡ ପ୍ରତିବାଦରେ ଗତକାଲି ନବାନ୍ନ ମାର୍ଚ୍ଚ ବେଳେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳାକୁ ନିନ୍ଦା କରି ବନ୍ଦ ପାଳନ କରୁଛି ବିଜେପି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ପଶ୍ଚିମବଙ୍ଗରେ ବନ୍ଦ ପାଳନ କରାଯିବ । ବିକ୍ଷୋଭକାରୀମାନେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି ଏବଂ ପୋଲିସ ବିରୋଧରେ ପ୍ରତିବାଦ ପାଇଁ ବିଜେପି ଏହି ବନ୍ଦ ଡାକରା ଦେଇଛି ।

ଅଭୟା କାଣ୍ଡ ପ୍ରତିବାଦରେ ଗତକାଲି ଛାତ୍ରଛାତ୍ରୀମାନେ ନବାନ୍ନ ବା ପଶ୍ଚିମବଙ୍ଗ ସରକାରଙ୍କ ସଚିବାଳୟ ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଆଡ଼କୁ ଶୋଭାଯାତ୍ରାରେ ଯିବା ବେଳେ, ହାୱଡ଼ା ସାନ୍ତରାଗାଛିରେ ପୋଲିସ ସେମାନଙ୍କୁ ରୋକିବା ପାଇଁ ବ୍ୟାରିକେଡ୍ ଲଗାଇବା ସହ ପାଣିମାଡ଼, ଲୁହବୁହା ଗ୍ୟାସ୍ ଓ ଲାଠି ଚାର୍ଜ କରିଥିଲା । ପଶ୍ଚିମବଙ୍ଗ ବନ୍ଦ ପାଳନ ବେଳେ ଦୋକାନବଜାର ବନ୍ଦ ରଖିବାକୁ ଡାକରା ଦେଇଛି ବିଜେପି । କେବଳ ଆତ୍ୟାବଶ୍ୟକ ସେବା ଜାରି ରହିବ ବୋଲି କୁହାଯାଇଛି। ତେବେ ବନ୍ଦ ପାଳନକୁ ବିରୋଧ କରିବା ସହିତ, କାଲି ଜୀବନଯାତ୍ରା ସ୍ବାଭାବିକ ରହିବ ବୋଲି କହିଛନ୍ତି ପଶ୍ଚିମବଙ୍ଗ ସରକାର। ତେଣୁ ସମସ୍ତ ସ୍କୁଲ, କଲେଜ, ଅଫିସ୍, ବ୍ୟାଙ୍କ, ବସ୍ ଚଳାଚଳ ଆଦି ଖୋଲା ରହିବ। ସମସ୍ତେ ଅଫିସ ଆସିବାକୁ ଅପିଲ୍ କରିଛନ୍ତି ମମତା ବାନାର୍ଜୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା