Masthead

ତାମିଲନାଡୁରେ ବିଜେପି-ପିଏମକେ ଆସନ ବୁଝାମଣା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତାମିଲନାଡୁ ଲୋକସଭା ନିର୍ବାଚନ ପାଇଁ ଆସନ ବୁଝାମଣା ଚୂଡ଼ାନ୍ତ । ବିଜେପି ଓ ସହଯୋଗୀ ପିଏମକେ (ପଟ୍ଟାଳି ମକ୍କଳ କାଚୀ) ମଧ୍ୟରେ ଆସନ ବୁଝାମଣା ଚୂଡ଼ାନ୍ତ । ମୋଟ୍ ୩୯ଟି ଆସନରୁ ପିଏମକେକୁ ୧୦ଟି ଆସନ ମିଳିଥିବା ସୂଚନା । ଆଜି ବିଜେପି ଏବଂ ପିଏମକେ ମଧ୍ୟରେ ବୈଠକ ବସିଥିଲା।

ଏଥିରେ ବିଜେପି ପକ୍ଷରୁ ରାଜ୍ୟ ସଭାପତି କେ ଅନ୍ନାମଲାଇ ଏବଂ କେନ୍ଦ୍ର ମନ୍ତ୍ରୀ ଏଲ୍ ମୁରୁଗାନ୍ ଉପସ୍ଥିତ ଥିବାବେଳେ ପିଏମକେ ପକ୍ଷରୁ ଦଳର ମୁଖ୍ୟ ତଥା ରାଜ୍ୟସଭା ସାଂସଦ ଡ. ଏସ ରାମାଦୋସ ଯୋଗ ଦେଇଥିଲେ। ଏହି ଆଲୋଚନା ସମୟରେ ଆଗାମୀ ଲୋକସଭା ନିର୍ବାଚନ ପାଇଁ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଛି। ଦୁଇ ଦଳ ପକ୍ଷରୁ ଏନେଇ ମିଳିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ମୋଟ୍ ୩୯ ଲୋକସଭା ଆସନରୁ ପିଏମକେକୁ ୧୦ ଆସନ ଦିଆଯାଇଥିବା ଅନ୍ନାମଲାଇ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ