Masthead

ଆଜି ବସିବ ବିଜେପି ରାଜ୍ୟ ନିର୍ବାଚନ କମିଟି ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି-ବିଜେପି ମେଣ୍ଟ ହେବ ବୋଲି ଯେଉଁ ଚର୍ଚ୍ଚା ଚାଲିଥିଲା ସେନେଇ ଗୁରୁବାର ଠାରୁ ବିଶେଷ ଆଲୋଚନା ହେଉନାହିଁ। ମେଣ୍ଟ ହେବ ନ ହେବ ତା’ର ସ୍ପଷ୍ଟ ଚିତ୍ର ନ ଥିବା ଉଭୟ ବିଜେଡି ଏବଂ ବିଜେପି ନେତାମାନେ ଖୋଲାଖୋଲି ମତଦେବା ଆରମ୍ଭ କଲେଣି। ଏହାରି ଭିତରେ ଆଜି ବସିବ ବିଜେପି ରାଜ୍ୟ ନିର୍ବାଚନ କମିଟି ବୈଠକ । ବୈଠକରେ ଆସନ୍ତା ନିର୍ବାଚନରେ ସମସ୍ତ ସିଟ୍ ନେଇ ଆଲୋଚନା ହେବ ।

ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାରଙ୍କ ଅଧ୍ୟକ୍ଷତାରେ ବୈଠକରେ ଯୋଗଦେବେ ବରିଷ୍ଠ ନେତା । ତେବେ ଓଡିଶା ଆସିଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏହି ବୈଠକରେ ଯୋଗଦେବେ ବୋଲି ସୂଚନା ରହିଛି । ନିର୍ବାଚନ ସମ୍ବନ୍ଧିତ ବହୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏହି ବୈଠକରେ ନିଆଯାଇପାରେ । ଗଲକାଲି ଏହି ବୈଠକ ହେବାକୁ ସ୍ଥିର ହୋଇଥିବାବେଳେ, ବ୍ୟକ୍ତିଗତ କାରଣ ପାଇଁ ପ୍ରଭାରୀ ବିଜୟ ପାଲ ସିଂହ ତୋମାର ଆସି ପାରିଲେ ନାହିଁ । ତେଣୁ ଏହି ବୈଠକ ଏହି ଆଜି ହେବାକୁ ସ୍ଥିର ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ