Masthead

ରାହୁଲଙ୍କ ଲୋକସଭା ସଦସ୍ୟତା ସମାପ୍ତ କରାଯାଉ: ନିଶିକାନ୍ତ ଦୁବେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରାହୁଲ ଗାନ୍ଧୀଙ୍କୁ ବିଜେପିର ଟାର୍ଗେଟ । ଲଣ୍ଡନରେ ଦେଇଥିବା ମନ୍ତବ୍ୟକୁ ନେଇ ଟାର୍ଗେଟ କରିଛି ବିଜେପି । ରାହୁଲଗାନ୍ଧୀ କ୍ଷମା ମାଗନ୍ତୁ ବୋଲି ଦାବି କରିଛି । ଭାରତର ଗଣତନ୍ତ୍ର ଏବେ ନଷ୍ଟ ହେବାକୁ ବସିଛି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧି ଲଣ୍ଡନରେ ଦେଇଥିବା ବୟାନକୁ ନେଇ ବିବାଦ ଥମିବା ନାଁ ଧରୁନି। ରାହୁଲ ଗାନ୍ଧି ଭାରତର ଗଣତନ୍ତ୍ର ତଥା ସଂସଦ ପ୍ରତି ଅପମାନସୂଚକ ମନ୍ତବ୍ୟ ପ୍ରଦାନ କରିଥିବାରୁ ଏଥିନିମନ୍ତେ ସେ ସଂସଦରେ କ୍ଷମା ମାଗିବା ଉଚିତ ବୋଲି ଜିଦ୍‌ ଧରିଛି ବିଜେପି।

ରାହୁଲ ଗାନ୍ଧି କ୍ଷମା ନ ମାଗିଲେ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରେ ବୋଲି ବି ଚେତାବନୀ ଦେଇଛି ବିଜେପି। ଏପରିକି ଏକ ସ୍ୱତନ୍ତ୍ର କମିଟି ଗଠନ କରି ରାହୁଲଙ୍କ ଲୋକସଭା ସଦସ୍ୟତା ସମାପ୍ତ କରାଯିବା ନିମନ୍ତେ ବିଜେପି ସାଂସଦ ନିଶିକାନ୍ତ ଦୁବେ ଦାବି କରିଛନ୍ତି। ରାହୁଲଙ୍କ ଲୋକସଭା ସଦସ୍ୟତା ସମାପ୍ତ କରିବାକୁ ଏକ ସ୍ୱତନ୍ତ୍ର କମିଟି ଗଠନ କରାଯିବା ନିମନ୍ତେ ଦାବି ଉଠାଇଛନ୍ତି ନିଶିକାନ୍ତ ଦୁବେ । ବିଜେପି ସାଂସଦ ଦୁବେ କହିଛନ୍ତି ଯେ, ୨୦୦୫ ମସିହାରେ ପ୍ରଶ୍ନ ବଦଳରେ ଟଙ୍କା ନେବା ପ୍ରସଙ୍ଗରେ ଏକ ସ୍ୱତନ୍ତ୍ର କମିଟି ଗଠନ କରାଯାଇଥିଲା। ଏହାଦ୍ୱାରା ସଂସଦର ସମ୍ମାନକୁ ଆଘାତ କରାଯାଇଥିବା ଅଭିଯୋଗ ହେବା ପରେ ଏହି କମିଟି ଗଠିତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ