Masthead

ରାଜ୍ୟରେ ଏକାକୀ ଲଢ଼ିବ ବିଜେପି: ମନମୋହନ ସାମଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ। ରାଜ୍ୟରେ ଏକା ଲଢିବ ବିଜେପି । ଏନେଇ ସ୍ପଷ୍ଟ କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସୋସିଆଲ ମିଡିଆରେ ଦେଲେ ସୂଚନା । ସମସ୍ତ ଲୋକସଭା ଓ ରାଜ୍ୟସଭା ଆସନରେ ଏକା ଲଢ଼ିବୁ ବୋଲି ସୂୂଚନା ହେଇଛନ୍ତି । ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜେଡି ଦଳ ପ୍ରଧାନମନ୍ତ୍ରୀ ମୋଦି ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।

କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ । ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ