Masthead

ରାଜ୍ୟରେ ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରିବ: ଅମିତ ଶାହା

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ):  ପୁଣି କଂଗ୍ରେସକୁ ଟାର୍ଗେଟ କଲେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା । କର୍ଣ୍ଣାଟକର ବିଦରଠାରେ ଏକ ସାଧାରଣ ସଭା କରିବା ବେଳେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ତ୍ରିପୁରା, ନାଗାଲାଣ୍ଡ ଏବଂ ମେଘାଳୟରେ ହାରିବା ପରେ କଂଗ୍ରେସ ଆଉ କେଉଁଠାରେ ଦେଖାଯିବ ନାହିଁ। ସେମାନେ ଏତେ ମାତ୍ରାରେ ହାରିଛନ୍ତି ଯେ, ଦୂରବୀକ୍ଷଣରେ ମଧ୍ୟ ସେମାନେ ଦେଖାଯିବେ ନାହିଁ।

କଂଗ୍ରେସ ନାଗାଲାଣ୍ଡରେ ଖାତା ଖୋଲିବାରେ ଅସମର୍ଥ ହୋଇଥିବା ବେଳେ ମେଘାଳୟରେ ୩ ଟି ଏବଂ ତ୍ରିପୁରାରେ ମାତ୍ର ୪ଟି ସିଟ୍‌ ପାଇଛି। ରାଜ୍ୟରେ ବିଜେପି ସଂଖ୍ୟାଗରିଷ୍ଠତା ହାସଲ କରିବ ବୋଲି ସେ ଦାବି କରିଛନ୍ତି। ସେ ଆହୁରି କହିଛନ୍ତି ଯେ, ବିଜୟ ପାଇଁ କଂଗ୍ରେସ ପାଖରେ କୌଣସି ସୂତ୍ର ବାକି ନାହିଁ। ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଦିନକୁ ଦିନ କଂଗ୍ରେସର ସ୍ତର ହ୍ରାସ ପାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ