Masthead

ଆଜି ରାଜ୍ୟରେ ସମସ୍ତ ଏସପି ଅଫିସ ଘେରିବ ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟର ସବୁ ଏସପି ଅଫିସ ଘେରିବ ବିଜେପି । ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଓ ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ଆଜି ବିଜେପି ସବୁ ଏସପି କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରିବ । ଗତ ୨୮ ତାରିଖରେ ବିଜେପି ଯୁବମୋର୍ଚ୍ଚା କର୍ମୀଙ୍କ ଉପରେ ଆକ୍ରମଣ ଘଟଣାରେ ବିଜେପି ଶୁକ୍ରବାର ପୋଲିସ ଡିଜି, ପୋଲିସ କମିଶନର ଓ ଡିସିପିଙ୍କ ବିରୋଧରେ ଏତଲା ଦେଇଥିଲା ।

ବିଜେପି ଅଭିଯୋଗ ଆଣିଛି ପୋଲିସ ଅଧିକାରୀ ଓ ଧଳା ପୋଷାକରେ ଥିବା କିଛି ବିଜେଡି ଗୁଣ୍ଡାମାନେ ସେମାନଙ୍କ ଯୁବମୋର୍ଚ୍ଚା କର୍ମୀଙ୍କୁ ଆକ୍ରମଣ କରିଥିଲେ । ଏହା ବିରୋଧରେ ବିଜେପି କ୍ୟାପିଟାଲ ଥାନାରେ ଏତଲା ଦେଇଥିଲା । ଏବଂ ଆଜି ରାଜ୍ୟର ସମସ୍ତ ଏସପି କାର୍ୟ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରିବ । ଆଉ ଯଦି ଏଫଆଇଆର ଥାନାରେ ଗ୍ରହଣ କରାନଯାଏ କୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛି ଭାରତୀୟ ଜନତା ପାର୍ଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ