Masthead

ଆଜି ରାଜ୍ୟରେ ସମସ୍ତ ଏସପି ଅଫିସ ଘେରିବ ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟର ସବୁ ଏସପି ଅଫିସ ଘେରିବ ବିଜେପି । ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଓ ବିପର୍ୟ୍ୟସ୍ତ ଆଇନଶୃଙ୍ଖଳା ବିରୋଧରେ ଆଜି ବିଜେପି ସବୁ ଏସପି କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ କରିବ । ଗତ ୨୮ ତାରିଖରେ ବିଜେପି ଯୁବମୋର୍ଚ୍ଚା କର୍ମୀଙ୍କ ଉପରେ ଆକ୍ରମଣ ଘଟଣାରେ ବିଜେପି ଶୁକ୍ରବାର ପୋଲିସ ଡିଜି, ପୋଲିସ କମିଶନର ଓ ଡିସିପିଙ୍କ ବିରୋଧରେ ଏତଲା ଦେଇଥିଲା ।

ବିଜେପି ଅଭିଯୋଗ ଆଣିଛି ପୋଲିସ ଅଧିକାରୀ ଓ ଧଳା ପୋଷାକରେ ଥିବା କିଛି ବିଜେଡି ଗୁଣ୍ଡାମାନେ ସେମାନଙ୍କ ଯୁବମୋର୍ଚ୍ଚା କର୍ମୀଙ୍କୁ ଆକ୍ରମଣ କରିଥିଲେ । ଏହା ବିରୋଧରେ ବିଜେପି କ୍ୟାପିଟାଲ ଥାନାରେ ଏତଲା ଦେଇଥିଲା । ଏବଂ ଆଜି ରାଜ୍ୟର ସମସ୍ତ ଏସପି କାର୍ୟ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ କରିବ । ଆଉ ଯଦି ଏଫଆଇଆର ଥାନାରେ ଗ୍ରହଣ କରାନଯାଏ କୋର୍ଟଙ୍କ ଦ୍ୱାରସ୍ଥ ହେବେ ବୋଲି ଚେତାବନୀ ଦେଇଛି ଭାରତୀୟ ଜନତା ପାର୍ଟି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ