Masthead

ନନ୍ଦିଗ୍ରାମରେ ବିଜେପି କର୍ମୀଙ୍କ ଶବ ଉଦ୍ଧାର

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଜାରି ରହିଛି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଅନେକ ବୁଥରେ ହିଂସା ଲାଗିରହିଥିବା ଖବର ସାମ୍ନାକୁ ଆସିଛି । କିନ୍ତୁ ନନ୍ଦିଗ୍ରାମରେ ବିଜେପିର ଜଣେ କର୍ମୀ ଆତ୍ମହତ୍ୟା କରିଛନ୍ତି । ସେ ୨୮ ନମ୍ବର ବୁଥ ନିକଟରେ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟା କରିଥିବା କର୍ମୀ ହେଲେ ଉଦୟ ଶଙ୍କର । ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତ ଦେହ ଉଦ୍ଧାର କରାଯାଇଛି ।

ଟିଏମସି କର୍ମୀଙ୍କ ଆତଙ୍କ ଓ ନେତାଙ୍କ ଧମକ ଯୋଗୁ ଉଦୟ ଆତ୍ମହତ୍ୟା କରିଛନ୍ତି ବୋଲି ବିଜେପି ଅଭିଯୋଗ କରିଛି । ପୋଲିସ ଏହି ମାମଲାର ତଦନ୍ତ କରୁଛି । ତେବେ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆରମ୍ଭ ହେବା ସମୟରୁ ନନ୍ଦିଗ୍ରାମରୁ ବିଭିନ୍ନ ହିଂସାକାଣ୍ଡର ଖବର ସାମ୍ନାକୁ ଆସୁଛି । ଦଳୀୟକର୍ମୀଙ୍କୁ ଗୃହବନ୍ଦୀ କରାଯାଇଥିବା ଟିଏମସି ଅଭିଯୋଗ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ