Masthead

ନନ୍ଦିଗ୍ରାମରେ ବିଜେପି କର୍ମୀଙ୍କ ଶବ ଉଦ୍ଧାର

କୋଲକାତା (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଜାରି ରହିଛି ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଅନେକ ବୁଥରେ ହିଂସା ଲାଗିରହିଥିବା ଖବର ସାମ୍ନାକୁ ଆସିଛି । କିନ୍ତୁ ନନ୍ଦିଗ୍ରାମରେ ବିଜେପିର ଜଣେ କର୍ମୀ ଆତ୍ମହତ୍ୟା କରିଛନ୍ତି । ସେ ୨୮ ନମ୍ବର ବୁଥ ନିକଟରେ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟା କରିଥିବା କର୍ମୀ ହେଲେ ଉଦୟ ଶଙ୍କର । ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତ ଦେହ ଉଦ୍ଧାର କରାଯାଇଛି ।

ଟିଏମସି କର୍ମୀଙ୍କ ଆତଙ୍କ ଓ ନେତାଙ୍କ ଧମକ ଯୋଗୁ ଉଦୟ ଆତ୍ମହତ୍ୟା କରିଛନ୍ତି ବୋଲି ବିଜେପି ଅଭିଯୋଗ କରିଛି । ପୋଲିସ ଏହି ମାମଲାର ତଦନ୍ତ କରୁଛି । ତେବେ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ । ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଆରମ୍ଭ ହେବା ସମୟରୁ ନନ୍ଦିଗ୍ରାମରୁ ବିଭିନ୍ନ ହିଂସାକାଣ୍ଡର ଖବର ସାମ୍ନାକୁ ଆସୁଛି । ଦଳୀୟକର୍ମୀଙ୍କୁ ଗୃହବନ୍ଦୀ କରାଯାଇଥିବା ଟିଏମସି ଅଭିଯୋଗ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ଶେଷ ହେଲା ଲୋକସଭାର ମୌସୁମୀ ଅଧିବେଶନ 🔴 ପ୍ରିନ୍ସିପାଲଙ୍କୁ ଲୁଟିଲେ ସାଇବର ଠକ 🔴 ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି 🔴 ଶ୍ରେଣୀ ଭିତରେ ପଶି ଛାତ୍ରର ଆଙ୍ଗୁଠି ଛିଣ୍ଡାଇ ନେଲା ବୁଲା କୁକୁର 🔴 କାଠଗଡ଼ାରେ ଡ଼ିଜିପି ଚୟନ, ଆଶା ବାନ୍ଧି ବସିଛନ୍ତି ଆଇପିଏସ୍ 🔴 ରାଜ୍ୟ କ୍ୟାବିନେଟର ବଡ ବୈଠକ, ଆସିପାରେ ନୂଆ ନିଷ୍ପତ୍ତି 🔴 ଶ୍ରୀମନ୍ଦିରରେ ଚିତାଲାଗି ନୀତି, ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ