Masthead

ପୁଇଁତଳାରେ ବିଜେପି ମଣ୍ଡଳ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ସାଧାରଣ ନିର୍ବାଚନକୁ ନେଇ ବିଜେପି ପକ୍ଷରୁ ସଜବାଜ । ବଲାଙ୍ଗିର ଜିଲ୍ଲା ପୁଇଁତଳାରେ ବିଜେପି ମଣ୍ଡଳ ସ୍ତରୀୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତିଙ୍କ ସଭାପତିତ୍ତ୍ୱରେ ଆୟୋଜିତ ସଭାରେ ସ୍ଥାନୀୟ ସାଂସଦ ସଂଗୀତା କୁମାରୀ ସିଂହଦେଓ ସାମିଲ ହୋଇଥିଲେ । କରୋନା ମହାମାରୀ ସତ୍ତ୍ୱେ ଗତ ୫ ବର୍ଷ ମଧ୍ୟରେ ଜିଲ୍ଲାର ଅନେକ ବିକାଶ ମୂଳକ କାର୍ଯ୍ୟ ହୋଇଛି । ହେଲେ ଏହି ବିକାଶ ଧାରା ଆଗକୁ ବଢାଇବାକୁ ହେଲେ କେନ୍ଦ୍ରରେ ମୋଦି ସରକାରଙ୍କ ହାତମୁଠାକୁ ଟାଣ କରିବାକୁ ପଡିବ ।

ଏଥିସହ କେନ୍ଦ୍ର ଓ ରାଜ୍ୟରେ ଡବଳ ଇଞ୍ଜିନ୍ ସରକାର ହେଲେ ରାଜ୍ୟ ତଥା ଜିଲ୍ଲାର ସାମଗ୍ରିକ ବିକାଶ ହୋଇପାରିବ । ତେବେ ନିର୍ବାଚନରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ସବୁବେଳେ ବିଜେପିକୁ ଲିଡ ଦେଇ ଆସିଛି । କିନ୍ତୁ ଏଥର କର୍ମକର୍ତ୍ତାଙ୍କ ମନୋବଳ ସୁଦୃଢ ଥିବାରୁ ଲୋଇସିଂହାରେ ବିଜେପି ରେଜଲ୍ଟ ଭଲ ହେବ ବୋଲି କହିଥିଲେ ସାଂସଦ ସଂଗୀତା ସିଂହଦେଓ । କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଜିଲ୍ଲା ବିଜେପି ସାଧାରଣ ସମ୍ପାଦକ ମୁକେଶ ଜୈନ, ଜିଲ୍ଲା ଉପସଭାପତି ରମା ପଧାନ, ବିଜେପି ନେତା ପୂର୍ଣ୍ଣ ବିଶ୍ଵାଳ, ପ୍ରଦୀପ ମିଶ୍ରଙ୍କ ସହ ବହୁ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା