Masthead

ଆଜି ଘୋଷଣା ହୋଇପାରେ ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସବୁ ଆସନରେ ବିଜେପି ଲୋକସଭା ପ୍ରାର୍ଥୀ ଘୋଷଣା କରିସାରିଛି । ହେଲେ ଏ ପର୍ଯ୍ୟନ୍ତ ଗୋଟିଏ ବି ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିନାହିଁ । ତେବେ ଆଜି ବିଜେପିର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ । କିଏ କେଉଁଠୁ ଲଢିବେ ତାହା ସ୍ପଷ୍ଟ ହୋଇଯିବ । କିଛି ଦିନ ହେବ ଚାଲିଛି ଦଳଡିଆଁ ପର୍ବ । ଅନେକ ନେତା ଗୋଟିଏ ଦଳ ଛାଡି ଅନ୍ୟ ଦଳରେ ସାମିଲ ହେଉଛନ୍ତି ।

ବିଶେଷକରି ବିଜେପିରେ ବହୁ ବିଜେଡି ନେତା ସାମିଲ ହୋଇଛନ୍ତି । ଯେଉଁଥିପାଇଁ ଦଳ ପ୍ରାର୍ଥୀ ଘୋଷଣାରେ ବିଳମ୍ବ ହେଉଥିବା କୁହାଯାଉଛି । କିନ୍ତୁ ନିର୍ବାଚନ ପାଖେଇ ଆସୁଥିବାରୁ ଆଜି କିଛି ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିପାରେ ଦଳ । ସେପଟେ ବିଜେଡି ମଧ୍ୟ ଜାରି କରିପାରେ ଅବଶିଷ୍ଟ ପ୍ରାର୍ଥୀ ତାଲିକା । ୭୨ ବିଧାନସଭା ପ୍ରାର୍ଥୀଙ୍କ ନାମ ଦଳ ଘୋଷଣା କରିସାରିଛି । ବାକି ୭୫ ଆସନ ପାଇଁ ପ୍ରାର୍ଥୀ ଚୟନ ପ୍ରକ୍ରିୟା ଏକପ୍ରକାର ଶେଷ ହୋଇଥିବା କୁହାଯାଉଛି । ବିଜେପି-ବିଜେଡି ତୁଳନାରେ ପଛରେ ପଡିଯାଇଛି କଂଗ୍ରେସ । ଉଭୟ ଲୋକସଭା ଏବଂ ବିଧାନସଭା ପାଇଁ ଏପର୍ୟ୍ୟନ୍ତ ଗୋଟିଏ ବି ପ୍ରାର୍ଥୀ ଘୋଷଣା କରିନାହିଁ ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ