Masthead

ଖୁବଶୀଘ୍ର ଆସିପାରେ ବିଜେପିର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ବିଜେପି । ଓଡ଼ିଶାରୁ ବାକି ଥିବା ବିଜେପିର ୩ ଲୋକସଭା ସହ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିପାରେ । ଗୁରୁବାର ବିଳମ୍ବିତ ରାତି ପର୍ୟ୍ୟନ୍ତ ଦିଲ୍ଲୀରେ ବସିଥିଲା କୋର୍ କମିଟି ବୈଠକ । ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ଅଧ୍ୟକ୍ଷତାରେ ଦୀର୍ଘ ୫ ଘଣ୍ଟା ଧରି ଗୁରୁବାର ଆଲୋଚନା ହୋଇଥିଲା । ଏହି ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ ଯୋଗ ଦେଇଥିଲେ ।

ବୈଠକରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମାର ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ । ଆଉ ସେହି ବୈଠକ ପାଇଁ ଦିଲ୍ଲୀ ଯାଇଥିବା ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ୍ ସିଂ ତୋମାର ଏବଂ ରାଜ୍ୟ ସଭାପତି ମନମୋହନ ସାମଲ ଗତକାଲି ଭୁବନେଶ୍ୱର ଫେରିଛନ୍ତି । ଭୁବନେଶ୍ୱର ଫେରିବା ପରେ ଉଭୟେ କହିଛନ୍ତି, ବୈଠକରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ବଳକା ପ୍ରାର୍ଥୀ ସଂପର୍କରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ନିଷ୍ପତ୍ତି ନେବ । ବିଜେପି ଓଡ଼ିଶାରେ ସରକାର ଗଢ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି