ଆଜିଠୁ ବିଜେପିର ମହା ଜନ ସମ୍ପର୍କ ଅଭିଯାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜିଠୁ ବିଜେପିର ମହା ଜନ ସମ୍ପର୍କ ଅଭିଯାନ । ରାଜସ୍ଥାନର ଆଜମିରରୁ ଏହି ଜନ ସମ୍ପର୍କ ଅଭିଯାନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୫୪୩ ଲୋକସଭା ଆସନ ଅଞ୍ଚଳରେ ଏହି ମହା ଅଭିଯାନ ଚାଲିବ । ଆଜିଠାରୁ ଆରମ୍ଭ ହେଉଥିବା ଏହି ମହା ଅଭିଯାନ ଜୁନ ୩୦ରେ ସରିବ । ମୋଦି ସରକାରର ୯ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ହେବାକୁ ଥିବା ଏହି ମହା ଅଭିଯାନରେ ଲୋକଙ୍କୁ କେନ୍ଦ୍ର ସରକାରଙ୍କ ସଫଳତା ସମ୍ପର୍କରେ ଅବଗତ କରାଯିବ ।

ସମଗ୍ର ଦେଶରେ ୫୧ଟି ବଡ ଧରଣର ରାଲି, ୫୦୦ ସଭା ଓ ୬୦୦ରୁ ଅଧିକ ସାମ୍ବାଦିକ ସମ୍ମିଳନୀ କରାଯିବ । ୫୦୦ ଲୋକସଭା ଓ ୪୦୦ ବିଧାନସଭା ନିର୍ବାଚନ ମଣ୍ଡଳିର ୫ଲକ୍ଷ ପରିବାରଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଡା ଯିବ । ବିଜେପିର ୨୮୮ ଟପ ନେତା, ୧୬ ଲକ୍ଷ ଦଳୀୟ କର୍ମକର୍ତ୍ତା କାର୍ଯ୍ୟକ୍ରମରେ ଯୋଡି ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ