Masthead

ଦିଲ୍ଲୀରେ ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକ

(ବଡ଼ ଖବର ବ୍ୟୁରୋ):   ଆଜି ଦିଲ୍ଲୀରେ ବିଜେପିର ଜାତୀୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ତେବେ ଏହି ବୈଠକରେ ବିଭିନ୍ନ ରାଜନୈତିକ ସଂକଳ୍ପ ପାରିତ ହୋଇଛି । ଏ ନେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦଳର ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡା କାର୍ଯ୍ୟକ୍ରମକୁ ଉଦଘାଟନ କରିଥିବା ବେଳେ ବୈଠକରେ ୩୪୨ ଜଣ ସଦସ୍ୟ ଯୋଗ ଦେଇଥିଲେ ।

ଏହି ବୈଠକରେ ୧୮ଟି ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା । ବିଶେଷ କରି ପଶ୍ଚିମବଙ୍ଗରେ ରାଜନୈତିକ ହିଂସାକୁ ଦଳ  ନିନ୍ଦା କରିଥିଲା ।ହିଂସାରେ ପ୍ରଭାବିତ ହୋଇଥିବା ସମସ୍ତ ଦଳୀୟ କର୍ମୀଙ୍କ ସହ ବିଜେପି ଛିଡା ହେବ ଏବଂ ଦରକାର ପଡିଲେ ସେମାନଙ୍କୁ ନ୍ୟାୟ ଦେବା ପାଇଁ ଆମେ କୋର୍ଟ ଯିବୁ ବୋଲି ନିର୍ମଳା ସୀତାରମଣ କହିଥିଲେ । ଏହା ପରେ କୃଷି ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା । କୃଷକମାନଙ୍କ ପାଇଁ ଏମଏସପି ୧,୫ ଗୁଣ ବୃଦ୍ଧି କରାଯିବା, କିସାନ କାର୍ଡ ବଣ୍ଟନ, ଚାଷୀଙ୍କୁ ପମ୍ପ ଯୋଗାଇ ଦେବା ନେଇ ଆଲୋଚନା ହୋଇଥିଲା । ଏହା ପରେ ବିବାଦୀୟ କୃଷି ଆଇନ ସମ୍ପର୍କରେ ଆଲୋଚନା ହୋଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ