Masthead

ସର୍ବଦଳୀୟ ବୈଠକ ପୂର୍ବରୁ ବିଜେପିର ପ୍ରସ୍ତୁତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜାମ୍ମୁ-କାଶ୍ମିରୀ ପ୍ରସଙ୍ଗରେ ଆସନ୍ତା ୨୪ ତାରିଖରେ ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବୈଠକରେ ପୂର୍ବରୁ ଜାମ୍ମୁ-କାଶ୍ମୀରର ବିଭିନ୍ନ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ମଙ୍ଗଳବାର ଜାମ୍ମୁ-କାଶ୍ମୀରର ବିଜେପି ନେତା ଓ କେନ୍ଦ୍ରଶାସିତ ଅଞ୍ଚଳର ରାଜନେତାମାନଙ୍କ ସହିତ ବୈଠକ ବସିବ । ସମସ୍ତ ବରିଷ୍ଠ ବିଜେପି ନେତାମାନଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ସର୍ବଦଳୀୟ ବୈଠକରେ କାଶ୍ମୀରର କେଉଁ କେଉଁ ବିଷୟ ଉପସ୍ଥାପନ ହେବ ସେ ନେଇ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି ।ସର୍ବଦଳୀୟ ବୈଠକରେ ଭାଗ ନେବାକୁ କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ରବିବାର ଜାମ୍ମୁ କାଶ୍ମୀରର ବିଭିନ୍ନ ରାଜନୈତିକ ଦଳର ନେତାମାନଙ୍କୁ ଟେଲିଫୋନ୍ ଯୋଗେ ନିମନ୍ତ୍ରଣ କରିଥିଲେ ।

ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଲା ଏବଂ ମେହବୁବା ମୁଫତିଙ୍କ ସମେତ ବିଭିନ୍ନ ଦଳର ବରିଷ୍ଠ ନେତାମାନଙ୍କୁ ଟେଲିଫୋନ୍ କଲ କରାଯାଇଥିଲା । ଗୃହମନ୍ତ୍ରୀ ଅମିତ ଶାହା ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ବରିଷ୍ଠ ସୁରକ୍ଷା ଅଧିକାରୀ ଶୁକ୍ରବାର ଜାମ୍ମୁ କାଶ୍ମୀରର ବିଭିନ୍ନ ପ୍ରସଙ୍ଗରେ ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନା ଏବଂ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ୨୦୧୯ ଅଗଷ୍ଟରେ ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ଓ ୩୫ (କ) ଉଚ୍ଛେଦର ପାଖାପାଖି ୨ବର୍ଷ ପରେ କେନ୍ଦ୍ର ସରକାରଙ୍କ ଏହା ହେଉଛି ସବୁଠାରୁ ଆଉ ଏକ ବଡ ପଦକ୍ଷେପ ।

୩୭୦ ଧାରା ଉଚ୍ଛେଦ ପରଠାରୁ ଏଭଳି କୌଣସି ବୈଠକ ହୋଇନଥିଲା । ଯଦିଓ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧି ବିଭିନ୍ନ ସମୟରେ ଗୃହମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି, କିନ୍ତୁ ପ୍ରଥମ ଥର ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ହେବାକୁ ଯାଉଛି । ବୈଠକ ପାଇଁ ଏନସି, ପିଡିପି, ଜାମ୍ମୁ କାଶ୍ମୀର ଅପନୀପାର୍ଟି, କଂଗ୍ରେସ, ବିଜେପି ନେତା ମାନଙ୍କୁ ନିମନ୍ତ୍ରଣ କରାଯାଇଛି । ବୈଠକରେ ଜାମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ସହ ନିର୍ବାଚନ ପାଇଁ ହୋଇପାରେ ଆଲୋଚନା । ପ୍ରଧାନମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକରେ ଯୋଗଦେବା ପାଇଁ ଜାମ୍ମୁ କାଶ୍ମୀରର ବିଭିନ୍ନ ଜାତୀୟ ଓ ଆଞ୍ଚଳିକ ଦଳର ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ