Masthead

ବିଦ୍ୟୁତ ଯୋଗାଇବାରେ ଟାଟା ବିଫଳ, ଗାନ୍ଧିଛକରେ ବିଜେପିର ଧାରଣା

ବରଗଡ (ବଡ଼ ଖବର ବ୍ୟୁରୋ):  ବରଗଡ ଜିଲ୍ଲାରେ ବିଦ୍ୟୁତ ବିଭ୍ରାଟ ଶେଷ ସୀମାରେ ପହଞ୍ଚିଛି । ଅତ୍ୟଧିକ ଗରମ ଯୋଗୁ ଜନସାଧାରଣ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଅଘୋଷିତ ବିଦ୍ୟୁତ କାଟ ଯୋଗୁ ଜନସାଧାରଣ ଅନେକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଟାଟା ପାୱାର ବିଦ୍ୟୁତ ବିତରଣର ଦାୟିତ୍ୱ ନେବା ପରେ ସେବା ଯୋଗାଇବାରେ ବିଫଳ ହୋଇଛି । ଟାଟା ପାୱାର ରାଜ୍ୟ ସରକାରଙ୍କ ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି । ବିଦ୍ୟୁତ ବିଭ୍ରାଟର ସମସ୍ୟାକୁ ସମାଧାନ କରିବାରେ ରାଜ୍ୟ ସରକାର ବିଫଳ ହୋଇଛନ୍ତି । ଏହାର ପ୍ରତିବାଦରେ ବିଜେପି ତରଫରୁ ବରଗଡ ଗାନ୍ଧିଛକରେ ବିଦ୍ୟୁତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ଏହି ଧାରଣାରେ ବରଗଡ ସାଂସଦ ସୁରେଶ ପୂଜାରୀ, ବିଜେପି ଜିଲ୍ଲା ସଭାପତି ଅଶ୍ୱିନୀ ଷଡଙ୍ଗୀ , ସାଧାରଣ ସମ୍ପାଦକ ରବି ନାରାୟଣ ଦାଶ ପ୍ରମୁଖ ଯୋଗ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି