Masthead

ବିଜେପିର ଦ୍ୱିତୀୟ ତାଲିକା ପ୍ରକାଶ, ତିନି ଜଣଙ୍କ ଟିକେଟ ବାତିଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକ ସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୭୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ନିତିନ ଗଡକରୀ, ପୀୟୁଷ ଗୋୟଲ ଏବଂ ଅନୁରାଗ ଠାକୁରଙ୍କ ସମେତ ଅନେକ ଷ୍ଟାଲୱାର୍ଟଙ୍କ ନାମ ରହିଛି। ଏହି ତାଲିକାରେ ୩୪ ଜଣ କେନ୍ଦ୍ର ମନ୍ତ୍ରୀଙ୍କ ନାମ ଅନ୍ତର୍ଭୁକ୍ତ ହୋଇଥିବାବେଳେ ତିନିଜଣ ମନ୍ତ୍ରୀଙ୍କ ଟିକେଟ ବାତିଲ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁରଙ୍କୁ ହିମାଚଳର ହମିରପୁର ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି।

ଧରୱାଡରୁ ପ୍ରହ୍ଲାଦ ଯୋଶୀ, ନାଗପୁରର ନିତିନ ଗଡକରୀ, କର୍ଣ୍ଣଲରୁ ମନୋହର ଲାଲ ଖଟ୍ଟର ପ୍ରାର୍ଥୀ ହୋଇଛନ୍ତି।ଦ୍ୱିତୀୟ ତାଲିକା ଚୂଡ଼ାନ୍ତ କରିବାକୁ ସୋମବାର ଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ର୍ନିବାଚନ କମିଟିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଅନ୍ୟପକ୍ଷରେ ଯୁବ ସାଂସଦ ତେଜସ୍ୱୀ ସୂର୍ଯ୍ୟ ବାଙ୍ଗାଲୋର ସାଉଥ ଆସନରୁ ପ୍ରାର୍ଥୀ ହୋଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ମୋଟ ୧୯୫ ଆସନ ପାଇଁ ବିଜେପି ପ୍ରାର୍ଥୀ ତାଲିକା ଘୋଷଣା କରିଥିଲା ।

ଦ୍ୱିତୀୟ ପ୍ରାର୍ଥୀ ତାଲିକାରେ ୧୦ ରାଜ୍ୟ ପାଇଁ ତାଲିକା ଜାରି କରିଛି । ମହାରାଷ୍ଟ୍ର ଓ କର୍ଣ୍ଣାଟକର ୨୦ଟି ଲୋକସଭା ଆସନ ପାଇଁ ତାଲିକା ଜାରି କରାଯାଇଥିବା ବେଳେ ଗୁଜରାଟରୁ ୭, ତେଲେଙ୍ଗାନା ୬, ହରିୟାଣାରୁ ୬, ମଧ୍ୟପ୍ରଦେଶରୁ ୫, ଉତରାଖଣ୍ଡ, ହିମାଚଳ ପ୍ରଦେଶ, ଦିଲ୍ଲୀରୁ ୨ଟି ଲେଖାଏଁ ଏବଂ ଦାମନ ଡିଉ ଓ ତ୍ରିପରାରୁ ଗୋଟିଏ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର