Masthead

ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ; ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ପୁରୀ ବଳିଆପଣ୍ଡା ସ୍ଥିତ ଏକ ହୋଟେଲରେ ବସିବ ବୈଠକ । ପ୍ରତିଶ୍ରୁତି ପୂରଣ ପାଇଁ ପ୍ରସ୍ତୁତ ହେବ ସରକାରଙ୍କ ରୋଡ୍ ମ୍ୟାପ୍ । ବୈଠକରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସହ ରହିବେ କେନ୍ଦ୍ର ମନ୍ତ୍ରୀ ଓ ସାଂସଦ । ପୁରୀର ବଳିଆପଣ୍ଡା ସ୍ଥିତ ବ୍ଲୁ ହ୍ବିଲ୍ ହୋଟେଲରେ ଏହି ବୈଠକ ଅନୁଷ୍ଠିତ ହେବ । ନିର୍ବାଚନ ପରବର୍ତ୍ତୀ ଅବସ୍ଥାରେ କେନ୍ଦ୍ରରେ ତୃତୀୟ ଥର ଏବଂ ଓଡ଼ିଶାରେ ବିଜେପି ପ୍ରଥମ ଥର ସରକାର ଗଠନ ହେବା ପରେ ବୈଠକ ହେଉଛି । ଆଜି ସକାଳ ୧୦ ଟା ୩୦ରେ ପଦାଧିକାରୀ ବୈଠକ ହେବ । ଅପରାହ୍ନ ୨:୩୯ରେ କାର୍ଯ୍ୟକାରିଣୀ ବୈଠକ ଉଦ୍ଘାଟନ ହେବ ଏବଂ ୨୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ । ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟର ସବୁ ନେତା ଉପସ୍ଥିତ ରହିବେ ।

୨୪ ନିର୍ବାଚନ ବେଳେ ବିଧାନସଭା ଏବଂ ଲୋକସଭା ସଂଯୋଜକ, ଜିଲ୍ଲା ସାଧାରଣ ସଂପାଦକ, ସଭାପତି, ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ, ସମସ୍ତ ମୋର୍ଚ୍ଚା ସଭାପତି, ମୁଖ୍ୟମନ୍ତ୍ରୀ, ସମସ୍ତ ମନ୍ତ୍ରୀ, ସାଂସଦ, ବିଧାୟକ, କେନ୍ଦ୍ର ମନ୍ତ୍ରୀ ଉପସ୍ଥିତ ରହିବେ । କ୍ଷତ୍ରିୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ଉପସ୍ଥିତ ରହିବେ । ବୈଠକରେ ରାଜନୈତିକ ପରିସ୍ଥିତି, ସାଂପ୍ରତିକ ସରକାରର ଜନ କଲ୍ୟାଣ କାର୍ଯ୍ୟକ୍ରମ ବିଷୟରେ ଚର୍ଚ୍ଚା ଆଲୋଚନା ହୋଇ ଆଗାମୀ ରଣନୀତି ପ୍ରସ୍ତୁତ ହେବ । ଶାସକ ଦଳ ହିସାବରେ ବିଜେପି ଆଗାମୀ ଦିନରେ କେଉଁ କେଉଁ କାର୍ଯ୍ୟକ୍ରମ ହାତକୁ ନେବ ସେ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି