ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ; ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ପୁରୀ ବଳିଆପଣ୍ଡା ସ୍ଥିତ ଏକ ହୋଟେଲରେ ବସିବ ବୈଠକ । ପ୍ରତିଶ୍ରୁତି ପୂରଣ ପାଇଁ ପ୍ରସ୍ତୁତ ହେବ ସରକାରଙ୍କ ରୋଡ୍ ମ୍ୟାପ୍ । ବୈଠକରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସହ ରହିବେ କେନ୍ଦ୍ର ମନ୍ତ୍ରୀ ଓ ସାଂସଦ । ପୁରୀର ବଳିଆପଣ୍ଡା ସ୍ଥିତ ବ୍ଲୁ ହ୍ବିଲ୍ ହୋଟେଲରେ ଏହି ବୈଠକ ଅନୁଷ୍ଠିତ ହେବ । ନିର୍ବାଚନ ପରବର୍ତ୍ତୀ ଅବସ୍ଥାରେ କେନ୍ଦ୍ରରେ ତୃତୀୟ ଥର ଏବଂ ଓଡ଼ିଶାରେ ବିଜେପି ପ୍ରଥମ ଥର ସରକାର ଗଠନ ହେବା ପରେ ବୈଠକ ହେଉଛି । ଆଜି ସକାଳ ୧୦ ଟା ୩୦ରେ ପଦାଧିକାରୀ ବୈଠକ ହେବ । ଅପରାହ୍ନ ୨:୩୯ରେ କାର୍ଯ୍ୟକାରିଣୀ ବୈଠକ ଉଦ୍ଘାଟନ ହେବ ଏବଂ ୨୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ । ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟର ସବୁ ନେତା ଉପସ୍ଥିତ ରହିବେ ।

୨୪ ନିର୍ବାଚନ ବେଳେ ବିଧାନସଭା ଏବଂ ଲୋକସଭା ସଂଯୋଜକ, ଜିଲ୍ଲା ସାଧାରଣ ସଂପାଦକ, ସଭାପତି, ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ, ସମସ୍ତ ମୋର୍ଚ୍ଚା ସଭାପତି, ମୁଖ୍ୟମନ୍ତ୍ରୀ, ସମସ୍ତ ମନ୍ତ୍ରୀ, ସାଂସଦ, ବିଧାୟକ, କେନ୍ଦ୍ର ମନ୍ତ୍ରୀ ଉପସ୍ଥିତ ରହିବେ । କ୍ଷତ୍ରିୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ଉପସ୍ଥିତ ରହିବେ । ବୈଠକରେ ରାଜନୈତିକ ପରିସ୍ଥିତି, ସାଂପ୍ରତିକ ସରକାରର ଜନ କଲ୍ୟାଣ କାର୍ଯ୍ୟକ୍ରମ ବିଷୟରେ ଚର୍ଚ୍ଚା ଆଲୋଚନା ହୋଇ ଆଗାମୀ ରଣନୀତି ପ୍ରସ୍ତୁତ ହେବ । ଶାସକ ଦଳ ହିସାବରେ ବିଜେପି ଆଗାମୀ ଦିନରେ କେଉଁ କେଉଁ କାର୍ଯ୍ୟକ୍ରମ ହାତକୁ ନେବ ସେ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ