Masthead

ମେଘାଳୟ ନିର୍ବାଚନ ଜିତିବା ପାଇଁ ବିଜେପିର ମହିଳା କାର୍ଡ

ମେଘାଳୟ (ବଡ଼ ଖବର ବ୍ୟୁରୋ):  ଆଗକୁ ଆସୁଛି ମେଘାଳୟ ନିର୍ବାଚନ । ଭୋଟ ହାତେଇବା ପାଇଁ ବିଜେପି ଚଳାଇଛି କସରତ । ନର୍ବାଚନ ଯେତେ ପାଖେଇ ଆସୁଛି ରାଜନୈତିକ ଦଳମାନେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ପ୍ରକାର ଯୋଜନା ଆପଣେଇଛନ୍ତି । ତେବେ ଭୋଟ ପାଇଁ ବିଜେପି ଖେଳିଛି ମହିଳା କାର୍ଡ । ବିଜେପି ସଭାପତି ଜେପି ନଡ୍ଡା ବିଜେପିର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛନ୍ତି । ମହିଳାମାନଙ୍କ ସରକାରୀ ଚାକିରିରେ ୩୩ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିବ ବୋଲି କହିଛନ୍ତି ନଡ୍ଡା । ଏହା ସହ ରାଜ୍ୟ କର୍ମଚାରୀଙ୍କ ପାଇଁ ସପ୍ତମ ବେତନ କମିଶନ ସୁପାରିଶ କାର୍ଯ୍ୟକାରୀ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

କ୍ୟାଣ୍ଟିନ ମାଧ୍ୟମରେ ୫ଟଙ୍କାରେ ଖାଦ୍ୟ, ସ୍ନାତକୋତ୍ତର ବାଳିକାମାନଙ୍କୁ ମାଗଣା ଶିକ୍ଷା, ମହିଳା କଲେଜ ଟପର ପାଇଁ ମାଗଣା ସ୍କୁଟି, ଝିଅ ଜନ୍ମ ପରେ ୫୦ ହଜାର ଟଙ୍କାର ବଣ୍ଡ ଦେବା ପାଇଁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି । ଏହା ସହ ନିର୍ଭରଶୀଳ ବିଧବା, ଏବଂ ଅବିବାହିତ ମହିଳାଙ୍କୁ ୨୪ ହଜାର ଟଙ୍କା ଆର୍ଥିକ ସହାୟତ. ଉଜ୍ଜ୍ୱଳା ଯୋଜନାରେ ସମସ୍ତ ହିତାଧିକାରୀଙ୍କୁ ଦୁଇଟି ମାଗଣା ଏଲପିଜି ସିଲିଣ୍ଡର ଏବଂ ବରିଷ୍ଠ ନାଗରିକଙ୍କ ପେନସନ ମାସକୁ ୧ ହଜାର ଟଙ୍କାକୁ ଦୁଇଗୁଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା