Masthead

ରାଜଧାନୀରେ ଆଉ ୪ ବ୍ଲାକ ଫଙ୍ଗସ୍ ରୋଗୀ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରେ କରୋନା ପରେ ଏବେ ଆତଙ୍କ ଖେଳାଇଛି ବ୍ଲାକ୍ ଫଙ୍ଗସ । ଭୁବନେଶ୍ୱରରେ ଦିନକୁ ଦିନ ବଢିବାରେ ଲାଗିଛି ବ୍ଲାକ୍ ଫଙ୍ଗସ୍ ଆତଙ୍କ । ଗତ ୨୪ ଘଣ୍ଟା ଭିତରେ ଭୁବନେଶ୍ୱରରୁ ଚାରି ଜଣ ବ୍ଲାକ୍ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଆଉ ୪ ଜଣ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି।ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମୁଣ୍ଡ ବିନ୍ଧିବା, ଆଖି ଫୁଲିଯିବା, ଅନାନିଶ୍ୱାସୀ ଲାଗିବା, ଅଧା ମୁଁହ ଫୁଲିଯିବା ଲକ୍ଷଣ ସହ ଜର ମଧ୍ୟ ରହୁଥିବା ଦେଖିବାକୁ ମିଳିଛି ।

ଗତକାଲି ସୋମବାର ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଜଣେ ୭୧ ବର୍ଷ ବୟସ୍କ ବ୍ଲାକ୍ ଫଙ୍ଗସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା । ଯାହାକୁ ନେଇ ରାଜଧାନୀର ଖେଳିଯାଇଥିଲା ଭୟର ଆତଙ୍କ । ଗତ ୨୦ ତାରିଖରେ ସେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ୮ ତାରିଖରେ ତାଙ୍କ ଆଖି ଫୁଲିବା ସହ ନାକଳରୁ କଳାପାଣି ବାହାରିଥିଲା । ତେବେ ପୁରୁଣା ଏୟାର କୁଲର ବ୍ୟବହାର ଯୋଗୁଁ ସେ ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ