Masthead

ରାଜଧାନୀରେ ଆଉ ୪ ବ୍ଲାକ ଫଙ୍ଗସ୍ ରୋଗୀ ଚିହ୍ନଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରେ କରୋନା ପରେ ଏବେ ଆତଙ୍କ ଖେଳାଇଛି ବ୍ଲାକ୍ ଫଙ୍ଗସ । ଭୁବନେଶ୍ୱରରେ ଦିନକୁ ଦିନ ବଢିବାରେ ଲାଗିଛି ବ୍ଲାକ୍ ଫଙ୍ଗସ୍ ଆତଙ୍କ । ଗତ ୨୪ ଘଣ୍ଟା ଭିତରେ ଭୁବନେଶ୍ୱରରୁ ଚାରି ଜଣ ବ୍ଲାକ୍ ଫଙ୍ଗସ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରୁ ଆଉ ୪ ଜଣ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ ହୋଇଥିବା ନେଇ ସୂଚନା ମିଳିଛି।ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମୁଣ୍ଡ ବିନ୍ଧିବା, ଆଖି ଫୁଲିଯିବା, ଅନାନିଶ୍ୱାସୀ ଲାଗିବା, ଅଧା ମୁଁହ ଫୁଲିଯିବା ଲକ୍ଷଣ ସହ ଜର ମଧ୍ୟ ରହୁଥିବା ଦେଖିବାକୁ ମିଳିଛି ।

ଗତକାଲି ସୋମବାର ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଜଣେ ୭୧ ବର୍ଷ ବୟସ୍କ ବ୍ଲାକ୍ ଫଙ୍ଗସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା । ଯାହାକୁ ନେଇ ରାଜଧାନୀର ଖେଳିଯାଇଥିଲା ଭୟର ଆତଙ୍କ । ଗତ ୨୦ ତାରିଖରେ ସେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ୮ ତାରିଖରେ ତାଙ୍କ ଆଖି ଫୁଲିବା ସହ ନାକଳରୁ କଳାପାଣି ବାହାରିଥିଲା । ତେବେ ପୁରୁଣା ଏୟାର କୁଲର ବ୍ୟବହାର ଯୋଗୁଁ ସେ ସଂକ୍ରମିତ ହୋଇଥିବା ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ