Masthead

ଭୁବନେଶ୍ୱରରେ ବ୍ଲାକ୍ ଫଙ୍ଗସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହେଲା ବ୍ଲାକ୍ ଫଙ୍ଗସ ଭୂତାଣୁ । ରାଜ୍ୟରେ ଜଣେ ବ୍ୟକ୍ତିଙ୍କ ଠାରୁ ଏହି ଭୂତାଣୁ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ଲକ୍ଷଣଧାରୀ ଭୁବନେଶ୍ୱର ଅଞ୍ଚଳର ୭୧ ବର୍ଷିୟ ବୟସ୍କ ବୋଲି ସୂଚନା ମିଳିଛି । ସେ ସେ ଉଚ୍ଚ ମଧୁମେହ ରୋଗରେ ପୀଡ଼ିତ ଥିଲେ ଏବଂ ତାଙ୍କର ପରିବାରରୁ ଜଣେ କରୋନା ସଂକ୍ରମିତ ହେବା ପରେ ତାଙ୍କର ସ୍ବାବ ନମୁନା ନିଆଯାଇଥିଲା । ଗତ ଏପ୍ରିଲ ୨୦ତାରିଖରେ ସେ କରୋନା ପଜିଟିଭ ମଧ୍ୟ ଚିହ୍ନଟ ହୋଇଥିଲେ । ଏହାପରେ ସେ ହୋମ୍ ଆଇସୋଲେସନରେ ଥିଲେ ।

ଗତ ୮ତାରିଖରେ ତାଙ୍କ ଆଖି ଫୁଲିବା ସହ ନାକରୁ କଳାପାଣି ବାହାରିଥିଲା । ପୁରୁଣା ଏୟାର କୁଲର ବ୍ୟବହାର ସଂକ୍ରମଣର କାରଣ ବୋଲି ପ୍ରାଥମିକ ସନ୍ଦେହ କରାଯାଉଛି । ଦୀର୍ଘଦିନ ଧରି କୁଲରର ପାଣି ବଦଳା ଯାଇନଥିଲା, ଯେଉଁଥିପାଇଁ ଏହା ହୋଇଛି ବୋଲି ଅନୁମାନ କରାଯାଉଛି। ଏବେ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । ତେବେ କରୋନା ପାଇଁ ବ୍ଲାକ ଫଙ୍ଗସ ହୋଇଥିବା ନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଏନେଇ ସୂଚନା ଦେଇଛନ୍ତି ଡିଏମ୍ଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ