Masthead

ଭୁବନେଶ୍ୱରରେ ବ୍ଲାକ୍ ଫଙ୍ଗସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଚିହ୍ନଟ ହେଲା ବ୍ଲାକ୍ ଫଙ୍ଗସ ଭୂତାଣୁ । ରାଜ୍ୟରେ ଜଣେ ବ୍ୟକ୍ତିଙ୍କ ଠାରୁ ଏହି ଭୂତାଣୁ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ଲକ୍ଷଣଧାରୀ ଭୁବନେଶ୍ୱର ଅଞ୍ଚଳର ୭୧ ବର୍ଷିୟ ବୟସ୍କ ବୋଲି ସୂଚନା ମିଳିଛି । ସେ ସେ ଉଚ୍ଚ ମଧୁମେହ ରୋଗରେ ପୀଡ଼ିତ ଥିଲେ ଏବଂ ତାଙ୍କର ପରିବାରରୁ ଜଣେ କରୋନା ସଂକ୍ରମିତ ହେବା ପରେ ତାଙ୍କର ସ୍ବାବ ନମୁନା ନିଆଯାଇଥିଲା । ଗତ ଏପ୍ରିଲ ୨୦ତାରିଖରେ ସେ କରୋନା ପଜିଟିଭ ମଧ୍ୟ ଚିହ୍ନଟ ହୋଇଥିଲେ । ଏହାପରେ ସେ ହୋମ୍ ଆଇସୋଲେସନରେ ଥିଲେ ।

ଗତ ୮ତାରିଖରେ ତାଙ୍କ ଆଖି ଫୁଲିବା ସହ ନାକରୁ କଳାପାଣି ବାହାରିଥିଲା । ପୁରୁଣା ଏୟାର କୁଲର ବ୍ୟବହାର ସଂକ୍ରମଣର କାରଣ ବୋଲି ପ୍ରାଥମିକ ସନ୍ଦେହ କରାଯାଉଛି । ଦୀର୍ଘଦିନ ଧରି କୁଲରର ପାଣି ବଦଳା ଯାଇନଥିଲା, ଯେଉଁଥିପାଇଁ ଏହା ହୋଇଛି ବୋଲି ଅନୁମାନ କରାଯାଉଛି। ଏବେ ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । ତେବେ କରୋନା ପାଇଁ ବ୍ଲାକ ଫଙ୍ଗସ ହୋଇଥିବା ନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଏନେଇ ସୂଚନା ଦେଇଛନ୍ତି ଡିଏମ୍ଇଟି ନିର୍ଦ୍ଦେଶକ ସିବିକେ ମହାନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ