Masthead

ଫାଙ୍କା ଫାୟାରିଂ, ଲୋକେ ଭୟଭିତ

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଦେଶୀ ବନ୍ଧୁକରେ ଫାଙ୍କା ଫାୟାରିଂ କରି ଜଣେ ଗିରଫ । ଭଦ୍ରକ ଜିଲ୍ଲା ପୁରୁଣାବଜ଼ାର ଥାନା ମୀରାମହଲା କାରୁଆ ସାହିରେ ମଙ୍ଗଳବାର ଫାଙ୍କା ଗୁଳି ଚାଳନା ହୋଇଛି । ଗୁଳି ଶବ୍ଦ ଶୁଣି ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି । ଖବର ପାଇ ପୋଲିସ ପହଞ୍ଚି ଯୁବକଙ୍କୁ ଗିରଫ କରିଛି । ଯୁବକଙ୍କ ଘର ବାସୁଦେବପୁର ଥାନା ଶବରପୁର ଅଂଚଳରେ । ସେ ତାଙ୍କ ମାମୁଁ ଘରେ ରହୁଥିଲେ ବୋଲି କହିଛନ୍ତି ସ୍ଥାନୀୟ ଲୋକେ । ସନ୍ଧ୍ୟାରେ ସେ ବାଇକରେ ଦ୍ରୁତ ଗତିରେ ଆସି ଏଠାରେ ପହଞ୍ଚିବା ପରେ ଏକ ଦେଶୀ ବନ୍ଧୁକରୁ ଗୋଟିଏ ରାଉଣ୍ଡ ଗୁଳି ଫୁଟାଇଥିଲା । ସନ୍ଧାନି କୁକୁର ଓ ବମ୍ ସ୍କ୍ୱାଡ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା । ସିଟି ଡ଼ିଏସପି ଅଂଶୁମାନ ଦ୍ୱିବେଦି, ପୁରୁଣାବଜ଼ାର ଥାନା ଅଧିକାରୀ କରୁଣାକର ରାଉତ ଉକ୍ତ ଯୁବକକୁ ପଚାରୁଚୁରା କରିବା ସହ ତଦନ୍ତ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି