Masthead

ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ

ଆସିକା (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ତାଳପାଟଣାରେ ଆଜି ସକାଳ ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଛି । ନୂତନ ଭାବେ ନିର୍ମିତ ଏକ ଆଇସକ୍ରିମ ଫ୍ୟାକ୍ଟ୍ରରେ ଗ୍ୟାସ ସିଲିଣ୍ଡର ବ୍ଲାଷ୍ଟ ହୋଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ତିନି ଜଣ ଗୁରୁତର ହୋଇଥିବା ଜଣାପଡିଛି । ମୃତ ବ୍ୟକ୍ତ ଜଣକ ହେଲେ ବିଦେଶୀ ପ୍ରଧାନ । ସେ ଆଇସକ୍ରିମ ଫ୍ୟାକ୍ଟ୍ରିରେ ମୁଖ୍ୟ କାରିଗରୀ ଭାବେ କାର୍ଯ୍ୟରତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ରମେଶ ଚନ୍ଦ୍ର ମହାପାତ୍ର, ହେମନ୍ତ ମହାପାତ୍ର ଏବଂ ଜଣେ ବୃଦ୍ଧା ମହିଳା ସାଇବାଣୀ ମହାପାତ୍ର ରହିଥିବା ଜଣାପଡିଛି ।

ଘଟଣା ଘଟିବା ପରେ ସେମାନଙ୍କୁ ପ୍ରଥମେ ଧରାକୋଟ ମେଡିକାଲ ଏବଂ ପରବର୍ତ୍ତୀ ସମୟରେ ଆସିକା ସବଡିଭିଜନ ମେଡିକାଲକୁ ଅଣାଯାଇଥିଲା । ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିବା ଜଣାପଡିଛି । ମିଳିଥିବା ସୂଚନା ଅନୁଯାୟୀ ଧରାକୋଟ ତାଳପାଟଣାରେ ନୂତନ ଭାବେ ଏକ ଆଇସକ୍ରିମ ଫ୍ୟାକ୍ଟ୍ରି ନିର୍ମାଣ ହୋଇଥିଲା । ଆଇସକ୍ରିମ ଫ୍ୟାକ୍ଟ୍ରିରେ ଗ୍ୟାସ ଭରିବା ସମୟରେ ଗ୍ୟାସର ପରିମାଣ ଅଧିକ ହୋଇଯାଇଥିଲା । ଯଦ୍ୱାରା ଗ୍ୟାସ ସିଲିଣ୍ଡରଟି ବ୍ଲାଷ୍ଟ ହୋଇଯାଇଥିଲା । ଏହି ଘଟଣା ଘଙ୍କିବା ପରେ ସ୍ଥାନୀୟ ଧରାକୋଟ ପୋଲିସ ଘଟଣା ସ୍ତଳରେ ପହଁଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା