Masthead

ନେତାଙ୍କ ଜନ୍ମଦିନରେ ଜନତା ଦେଲେ ରକ୍ତ

ବେଲପଡା(ବଡ଼ ଖବର ବ୍ୟୁରୋ): ବେଲପଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ରକ୍ତଦାନ ଶିବିର । ଅବସର ଥିଲା ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ଅନଙ୍ଗ ଉଦୟ ସିଂଦେଓଙ୍କ ୭୫ତମ ଜନ୍ମଦିନ । ଶିବିରକୁ ଉଦଘାଟନ କରିଥିଲେ ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂଦେଓ । ବିଜେଡି ଯୁବନେତା ଅର୍କେଶ ନାରାୟଣ ସିଂଦେଓ ଶିବିରକୁ ଉଦଯାପନ କରିଥିଲେ । ଶିବିରରେ ୧୦୫ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ।

ରକ୍ତ ସଂଗ୍ରହ କରିଥିଲେ ପାଟଣାଗଡ ରକ୍ତ ଭଣ୍ଡାରର ଟେକନିସିଆନ ବୁଲା ସାମଲ ଓ ତାଙ୍କ ସାଥୀମାନେ । ଶିବିରରେ ବିଜେଡି ନେତା ସଂଜୀବ ମିଶ୍ର, ବନମାଳି ଖମାରୀ, ମଧୁସୂଦନ ଦାଶ, ଆଲୋକ ବେହେରା, ସ୍ଥାନୀୟ ସରପଞ୍ଚ ମହାଦେବ ମେହେର, ଯୁଗଳ ବିଶି, ରବୀନ୍ଦ୍ର ମେହେର, ଗୁଣ ଦନ୍ତା, ମହେଶ୍ୱର ସାହୁ, ଅରୁଣ ପାଣିଗ୍ରାହୀ, ମହମ୍ମଦ ସଲିମ, ପ୍ରତାପ ମେହେର, ବାସୁଦେବ ପାଢୀ, ସୁଶାନ୍ତ ସା, ରିଙ୍କୁ ପୁରୋହିତ, ସୁଶୀଳ ଗୁରୁ, ତନ୍ମୟ ପାଣିଗ୍ରାହୀ, ଗୋପ ମହେର ପ୍ରମୁଖ ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା