Masthead

ସର୍ମ୍ପକରେ ରକ୍ତର ଛିଟା, ବାପାକୁ ଗୁଳି କଲା ପୁଅ

ସୋନପୁର (ବଡ଼ ଖବର ବ୍ୟୁରୋ): ସର୍ମ୍ପକରେ ରକ୍ତର ଛିଟା । ବାପାକୁ ଗୁଳି କଲା ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚିନାଯୁରି ଗାଁରେ । ଗୁରୁତର ହେଲେ ବାପା ଗଙ୍ଗାଜଳ ମେହେର । ଗଙ୍ଗାଜନଙ୍କୁ ପ୍ରଥମେ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ପ୍ରଥମିକ ଚିକିତ୍ସା ପରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁଯାୟୀ ପୁଅ ଓ ବୋହୂଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା । ଏହି ଝଗଡ଼ାରେ ପୁଅ ରାଗିଯାଇ ବୋହୂକୁ ଗୁଳି କରିବାକୁ ଚେଷ୍ଟା କରିଥିଲା । ସେହି ସମୟରେ ବାପା ଗଙ୍ଗାଜଳ ବୋହୂକୁ ରକ୍ଷା କରିବା ପାଇଁ ସାମ୍ନାକୁ ଚାଲି ଆସିଥିଲେ । ଫଳରେ ଗୁଳିଟି ତାଙ୍କ ଦେହରେ ବାଜି ଥିଲା । ସେ ଗୁରୁତର ଆହତ ହୋଇଛନ୍ତି । ଏହି ଘଟଣାକୁ ନେଇ ଡୁଙ୍ଗୁରିପାଲି ଥାନାରେ ଏକ ମାମଲା ରୁଜୁ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି