କୋଭିଡ ଗାଇଡ ଲାଇନକୁ ଫୁ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣରେ ଖୋର୍ଦ୍ଧା ଜିଲ୍ଲା ସାରା ରାଜ୍ୟରେ ପ୍ରଥମ ସ୍ଥାନରେ ଥିବାରୁ ଜିଲ୍ଲା ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ହୋଇଛି । ସ୍ଥିତି ସୁଧାରିବା ପାଇଁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ସଂକ୍ରମଣ ନିୟନ୍ତ୍ରଣ ପାଇଁ ପ୍ରଶାସନ ଏବେ ପୁଣି ତତ୍ପର ହୋଇପଡିଛି । ଖୋର୍ଦ୍ଧା ସହରରେ ନାଇଟ କର୍ଫ୍ୟୁକୁ କଡ଼ାକଡ଼ି ପାଳନ କରାଯାଉଥିବା ବେଳେ ପୋଲିସ ପକ୍ଷରୁ ଆଜି ସକାଳୁ ମଧ୍ୟ ସହରର ବିଭିନ୍ନ ସ୍ଥାନରେରେ ମାସ୍କ ଚେକିଂ ଜୋରଦାର କରାଯାଇଛି । ନିୟମ ଉଲ୍ଲଙ୍ଘନକାରୀଙ୍କ ଠାରୁ ଜୋରିମାନା ଆଦାୟ କରାଯାଉଛି ।
ସେହିଭଳି ଓ ପୌର ପରିଷଦର ଏନଫୋର୍ସମେଣ୍ଟ ଟିମ ଅଧିକାରୀମାନେ ସହରର ହାବେଳି ପଡ଼ିଆ ପରିବା ମାର୍କେଟ ଠାରୁ ଆରମ୍ଭ କରି ରାସ୍ତା କଡରେ ଅମାନିଆ ଭାବେ ବ୍ୟବସାୟ କରୁଥିବା ଉଠା ଦୋକାନୀଙ୍କ ସହିତ କୋଭିଡ ନିୟମକୁ ପାଳନ କରୁନଥିବା ଲୋକଙ୍କୁ ତାଗିଦ କରି ସେମାନଙ୍କ ଠାରୁ ମଧ୍ୟ ଜୋରିମାନା ଆଦାୟ କରୁଛନ୍ତି ।

ଏ ପଟେ ଜିଲ୍ଲା ପ୍ରଶାସନ ତରଫରୁ ସହର ସାରା ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ଜନ ସଚେତନତା ଅଭିଯାନ ଜାରି ରହିଥିବା ବେଳେ କିଛି କ୍ଷେତ୍ରରେ ଲୋକମାନେ କୋଭିଡର ଭୟାବହତାକୁ ଉପଲବ୍ଧି ନକରି ଅତି ହାଲୁକା ଭାବେ ନେଉଥିବା ଦେଖିବାକୁ ମିଳିଛି । ଦୁଇଦିନ ତଳେ ସାରା ସହରର ପ୍ରତ୍ୟେକ ଜଳଖିଆ ଦୋକାନ କିମ୍ବା ହୋଟେଲରେ ଗ୍ରାହକମାନେ ବସି ଖାଇବା ପାଇଁ ବାରଣ କରାଯାଇଛି । କିନ୍ତୁ ବାସ୍ତବ ଚିତ୍ର ଅଲଗା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ