Masthead

ରାଜଧାନୀରୁ ୩୧୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା। ଆଜି ଭୁବନେଶ୍ୱରରୁ ପୁଣି ୩୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୩୧୨ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହା ସହିତ ୩୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀରୁ ଚିହ୍ନଟ ହୋଇଥିବା ଏହି ୩୧୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୫୪୭ ରେ ପହଞ୍ଚିଛି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୧୮୯୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏଯାବତ ୧୦୦ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ ୩୫୧୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ବରର ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାରୁ ଏହା ସ୍ଥାନୀୟ ପ୍ରଶାସନର ଚିନ୍ତାର ବିଷୟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ