Masthead

ରାଜଧାନୀରୁ ୩୧୨ ପଜିଟିଭ ଚିହ୍ନଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି ମହାମାରୀ କରୋନା। ଆଜି ଭୁବନେଶ୍ୱରରୁ ପୁଣି ୩୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୩୧୨ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହା ସହିତ ୩୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି।

ମିଳିଥିବା ସୂଚନା ଅନୁଯାୟୀ, ରାଜଧାନୀରୁ ଚିହ୍ନଟ ହୋଇଥିବା ଏହି ୩୧୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୫୪୭ ରେ ପହଞ୍ଚିଛି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୧୮୯୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏଯାବତ ୧୦୦ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ ୩୫୧୪ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲ୍ ରେ ଚିକିତ୍ସିତ ହେଉଛନ୍ତି। ଭୁବନେଶ୍ବରର ସ୍ଥାନୀୟ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାରୁ ଏହା ସ୍ଥାନୀୟ ପ୍ରଶାସନର ଚିନ୍ତାର ବିଷୟ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା