Masthead

ମୃତଦେହ ସମ୍ପର୍କରେ ଜାଣିବା ପାଇଁ ବିଏମସିର ବ୍ୟବସ୍ଥା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ମୃତଦେହ ସମ୍ପର୍କରେ ଜାଣିବାକୁ ବ୍ୟବସ୍ଥା କରିଛି ବିଏମସି । ବିଏମସି ପକ୍ଷରୁ ହେଲ୍ପ ଲାଇନ ନମ୍ବର ଜାରି କରାଯାଇଛି । ୧୯୨୯ରେ କଲ କରି ମୃତଦେହ ସମ୍ପର୍କରେ ଜାଣି ପାରିବେ ସମ୍ପର୍କୀୟ । ଫୋନ କରି ଜାଣିହେବ ମୃତଦେହ ରଖାଯାଇଥିବା ସ୍ଥାନ । ବାଲେଶ୍ୱର ବାହାନଗା ରେଳ ଦୁର୍ଘଟଣା ପରେ ଶହ ଶହ ମୃତ ଦେହ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆଜି ସକାଳୁ ସକାଳୁ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲକୁ ୧୬୦ ମୃତଦେହ ଅଣାଯାଇଛି ।

ବାଲେଶ୍ୱର, କଟକ, ଭୁବନେଶ୍ୱରର ଅନେକ ମେଡିକାଲରେ ମୃତ ଦେହକୁ ରଖାଯାଇଥିବାରୁ ମୃତ ଦେହକୁ ଚିହ୍ନଟ ପାଇଁ ସମସ୍ୟା ସୃଷ୍ଟି ହେଉଛି । ସମ୍ପର୍କୀୟମାନେ ତାଙ୍କ ଲୋକଙ୍କୁ ଖୋଜି ପାଉନାହାନ୍ତି । ଅନ୍ୟପଟେ ଚାଲିଛି ମୃତଦେହ ଚିହ୍ନଟ । ମୃତଦେହ ଚିହ୍ନଟ ପାଇଁ ଚେନ୍ନାଇରୁ ଆସୁଛନ୍ତି ସମ୍ପର୍କୀୟ । ସେମାନଙ୍କ ପାଇଁ ରେଳ ବିଭାଗ ସମସ୍ତ ବ୍ୟବସ୍ଥା କରିଛି । ୪୮ ଘଣ୍ଟା ଭିତରେ ଶେଷ ହେବ ଚିହ୍ନଟ ପ୍ରକ୍ରିୟା । ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଏନେଇ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ